କୋଭିଡ୍ ଯୋଦ୍ଧା କରୋନାରେ ଆକ୍ରାନ୍ତ ନେଇ ଚିନ୍ତା, ସ୍ବାସ୍ଥ୍ୟକର୍ମୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | June 10, 2020 IST

ଭୁବନେଶ୍ବର ୧୦।୬: କୋଭିଡ୍ ଯୋଦ୍ଧା କରୋନାରେ ଆକ୍ରାନ୍ତ ହେବାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ମୁକାବିଲାରେ ଆଗଧାଡ଼ିରେ କାମ କରୁଥିବା କୋଭିଡ୍ ଯୋଦ୍ଧା କରୋନାରେ ଆକ୍ରାନ୍ତ ହେବାକୁ ନେଇ ମୁଖ୍ୟମନ୍ତ୍ରୀ ଚିନ୍ତା ପ୍ରକାଶ କରିଛନ୍ତି । ଏ ନେଇ ବୁଧବାର ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ବାସ୍ଥ୍ୟକର୍ମୀଙ୍କ ସହ ଆଲୋଚନା କରିବେ ।

କଟକ, ବାଲେଶ୍ବର, ରାଉରକେଲା, ନୟାଗଡ଼ ପରେ ଭୁବନେଶ୍ବର ଏମ୍ସର ୪ ଜଣ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏଭଳି ସ୍ଥିତିରେ ସ୍ବାସ୍ଥ୍ୟ କ୍ଷେତ୍ରରେ କାମ କରୁଥିବା ଯୋଦ୍ଧାଙ୍କ ମନୋବଳ ବଢ଼ାଇବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟକର୍ମୀଙ୍କ ସହିତ ଆଲୋଚନା କରିବେ ।

ବିଶେଷକରି କୋଭିଡ୍-୧୯ ରୋଗୀଙ୍କ ଚିକିତ୍ସା, କେସ୍ ଟ୍ରେସିଂ ଆଦି କାର୍ଯ୍ୟରେ ନିୟୋଜିତ ସ୍ବାସ୍ଥ୍ୟକର୍ମୀ କିଭଳି ଭାବେ ସୁରକ୍ଷିତ ରହିବେ । ସେମାନଙ୍କୁ ସୁରକ୍ଷିତ ରଖିବାକୁ କ’ଣ ପଦକ୍ଷେପ ନିଆଯାଇ ପାରିବ ସେନେଇ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଏହି କର୍ମଶାଳାରେ ସମସ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ମେଡିକାଲ କଲେଜ କର୍ମଚାରୀ ଓ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ କାର୍ଯ୍ୟରତ ବରିଷ୍ଠ କର୍ମଚାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.