Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ଆଜି ଗଞ୍ଜାମ ଓ ଗଜପତି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

28/02/2019 at 9:40 AM

ଗଞ୍ଜାମ|ଗଜପତି ୨୮|୨: ଆଜି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ଗୋପାଳପୁର, ଶେରଗଡ଼ ଓ ସାନଖେମୁଣ୍ଡି ଅଞ୍ଚଳ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି । ଗୋପାଳପୁର ବନ୍ଦରର ନୂତନ ବର୍ଥ ଉଦଘାଟନ କରିବା ପରେ ଶେରଗଡ ଓ ସାନଖେମୁଣ୍ଡି ଅଞ୍ଚଳ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି । ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭ ଉଦଘାଟନ ସହ ଶିଳାନ୍ୟାସ କରିବେ ନବୀନ ପଟ୍ଟନାୟକ ।ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଥିବା ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି ।

ସେପଟେ ବ୍ରହ୍ମପୁର ଗସ୍ତ ପରେ ଗଜପତି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତକାଳରେ ମୁଖ୍ୟମନ୍ତ୍ରୀ ୬୩୦ କୋଟି ଟଙ୍କା ବ୍ୟୟରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହା ସହିତ ଗରାବନ୍ଧରେ ଆୟୋଜିତ କାଳିଆ ସମାବେଶରେ ଯୋଗଦେବେ । ଅପରାହ୍ନ ୧:୩୦ରେ ପାରଳାଖେମୁଣ୍ଡିରେ ଅବତରଣ କରିବ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । ପରେ ମୁଖ୍ୟମନ୍ତ୍ରୀ କିଛି ସମୟ ପାଇଁ ସର୍କିଟ୍ ହାଉସରେ ବିଶ୍ରାମ ନେବେ । ଅପରାହ୍ନ ୩ଟାରେ  ଗୋଷାଣି ବ୍ଲକର ଗାରାବନ୍ଧରେ ହେଉଥିବା କାଳିଆ ସମାବେଶରେ ଯୋଗଦେବେ । ୫୦ ହଜାର ଚାଷୀଙ୍କୁ ଏହି ସମାବେଶରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବା ସହିତ କାଳିଆ ଯୋଜନା ସମ୍ପର୍କରେ କହିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଗଜପତି ଜିଲ୍ଲା ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସେହିପରି ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ସୁରକ୍ଷାର ସୁବନ୍ଦୋବସ୍ତ କରାଯାଇଛି । ୧୫ ପ୍ଲାଟୁନ ପୋଲିସ ଫୋର୍ସ ସହିତ ପ୍ରାୟ ୫୦ ଜଣ ଅଫିସରଙ୍କୁ ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ କରାଯାଇଛି ।

   Related Posts