Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା, ଆକାଉଣ୍ଟକୁ ୯୧୦ କୋଟି ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ
  • ||
  • ୫୦୦ ଲୋକଙ୍କୁ ନେଇ ଧୁମଧାମ୍‌ରେ ଚାଲିଥିଲା ବାହାଘର ଭୋଜି, ଚଢଉ କଲେ ତହସିଲଦାର…ଲାଗିଲା ମୋଟା ଅଙ୍କର ଫାଇନ୍
  • ||
  • ୩ ହଜାର ଲିଟର ମଦ ଜବତ, ୬୦ଟି ବସ୍ତାରେ ହେଉଥିଲା ଚାଲାଣ
  • ||
  • ନାଉ କିଆରୀରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ, ଜଣେ ଗିରଫ
  • ||
  • ଚେତୁ ନାହାଁନ୍ତି ଲୋକେ, ବିନିକା ବଜାରରେ କରୋନା କଟକଣା ବାଟବଣା
  • ||
  • ଚଣ୍ଡିଖୋଲ : ଧଳା ଜହର ରାକେଟ୍‌ର ପର୍ଦ୍ଦାଫାଶ କଲା ସଡକ ଦୁର୍ଘଟଣା, ଜବତ ହେଲା ୯ ଗ୍ରାମ୍ ବ୍ରାଉନସୁଗାର
  • ||
  • ଚଣ୍ଡିଖୋଲ : ଚଳିତ ବର୍ଷ ଫିକା ପଡିଛି ଇଦ୍, ଯାଜପୁରରେ ନିରାଡମ୍ବର ଭାବେ ପାଳିତ ହେଉଛି ଉଦ୍-ଉଲ୍-ଫିତର
  • ||
  • ତେଲକୋଇ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ସ୍ତ୍ରୀ ଗୁରୁତର, ସ୍ବାମୀ ଆହତ
  • ||
  • ନୂଆଦିଲ୍ଲୀ : ଆପ୍ ନେତା ଜରନେଲ୍ ସିଂହଙ୍କ କରୋନାରେ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆପଡା ଗସ୍ତ

25/02/2019 at 9:15 AM

ନୂଆପଡା ୨୫|୨: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆପଡା ଗସ୍ତ । ହେଲିକ୍ୟାପ୍ଟର ଯୋଗେ ଗୋତମା ଏରୋଡ୍ରମରେ ଓହ୍ଲାଇ ସ୍ଥାନିୟ ଗୋତମା ଫିଲ୍ଡ ପାଖରେ ଏକ ସଭାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ନୂଆପଡାରେ ୨୩୭ କୋଟି ୩୫ ଲକ୍ଷ ଟଙ୍କାର ୩୯ଟି ପ୍ରକଳ୍ପ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ୧୩୨ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପର ଶୁଭ ଉଦଘାଟନ ଓ ୧୦୫ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହେବ ।

ଦୀର୍ଘଦିନ ହେବ ୩୭ କୋଟି ଟଙ୍କା ବ୍ୟୟରେ  ୩୦୦ ବେଡ ର ୭ ମହଲା ବିଶିଷ୍ଟ ମୁଖ୍ୟ ଚିକିତ୍ସାଳୟ ଜିଲ୍ଲା ସଦର ମହକୁମା ଠାରେ ନିର୍ମାଣ ହୋଇଛି । ମୁଖ୍ୟମନ୍ତ୍ରୀ ଏହାର ଉଦଘାଟନ କରିବେ । ସେହିପରି କାଳିଆ ଯୋଜନାରେ ସହାୟତା ପାଇଥିବା ଚାଷୀଙ୍କ ସହ ଭାବ ବିନିମୟ କରିବେ ମୁଖ୍ୟମନ୍ତ୍ରୀ । ମିଶନ ଶକ୍ତିରେ ସାମିଲ ହୋଇଥିବା ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ସିଡ୍ ମନି , ଡିଜିଟାଲ ସଶକ୍ତିକରଣ ସହାୟତା ଏବଂ ବ୍ଲକ ସ୍ତରୀୟ ମହାସଂଘ ଗୁଡିକୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ।

ଜିଲ୍ଲାର ନିର୍ମାଣ ଶ୍ରମିକମାନଙ୍କୁ ବୋର୍ଡ ଦ୍ବାରା ଦିଆଯାଉଥିବା ବିଭିନ୍ନ ସହାୟତା ପ୍ରଦାନ କରାଯିବ । ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ଫୋର୍ସ ମୁତୟନ କରିବା ସହ ସୁରକ୍ଷା ବ୍ୟବସ୍ଥାକୁ  କଡାକଡି କରାଯାଇଛି ।

   Related Posts