Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ନୂଆପଡାବାସୀଙ୍କୁ ୪ହଜାର କୋଟି ଟଙ୍କା ପ୍ରକଳ୍ପ ଭେଟି ଦେବେ ମୁଖ୍ୟମନ୍ତ୍ରୀ, ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର କରିବେ ଉଦଘାଟନ

10/03/2021 at 7:33 AM

ନୂଆପଡା ୧୦।୩: ଆଜି ନୂଆପଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ନେଇ ଜିଲ୍ଲାର ସମସ୍ତ ଅଞ୍ଚଳ ବେଶ୍ ଚଳଚଞ୍ଚଳ । ଏଥିପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ । ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ୪ ହଜାର କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀ ପ୍ରଥମେ ଗୋତମା ଏୟାର ଷ୍ଟ୍ରିପ୍ ରେ ସ୍ବତନ୍ତ୍ର ବିମାନରେ ପହଞ୍ଚିବ । ସେଠାରୁ ହେଲିକାପ୍ଟରରେ ଯାଇ ୨ ହଜାର କୋଟି ଟଙ୍କାରେ ନିର୍ମିତ ତିଖାଲି ସ୍ଥିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ । ଏହାପରେ ଖଡ଼ିଆଳ ସହରରେ ପହଞ୍ଚିବେ । ସେଠାରେ ପିଇବା ପାଣି, ବିଭିନ୍ନ ରାସ୍ତାର ଉନ୍ନତିକରଣ, ଜଳ ଯୋଗାଣ ପାଇଁ ମେଗା ପ୍ରକଳ୍ପ, ଛତିଶଗଡ଼ କଲୁକୁ ସଂଯୋଗ କରୁଥିବା ବିଜୁ ସେତୁ ଯୋଜନାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶିଳାନ୍ୟାସ ଓ ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

   Related Posts