Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଆଜି ଦିନିକିଆ ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

20/02/2019 at 9:06 AM

ଭୁବନେଶ୍ବର ୨୦|୨: ଆଜି ଦିନିକିଆ ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବାହ୍ନ ୧୧ଟାରେ କଣାସରେ ପହଞ୍ଚି ସେଠାରେ ୨୫୧ କୋଟିରୁ ଅଧିକ ଟଙ୍କାର ୧୨ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ନବନିର୍ମିତ ସତ୍ୟବାଦୀ ତହସିଲ କାର୍ଯ୍ୟାଳୟର ଶୁଭ ଉଦଘାଟନ କରିବେ ନବୀନ ।

ସେହିପରି ବାଗିପଡା ଏବଂ କାଳିଘଡିଠାରେ ଦୟା ନଦୀ ଉପରେ ୨ଟି ସେତୁ, ସିରୁଳି-କରମଳା ରାସ୍ତାରେ ଲୁଣା ନଦୀ ଉପରେ ହାଇଲେଭଲ ସେତୁର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହା ସହ ୬ଟି ସଡକ ନିର୍ମାଣ ପ୍ରକଳ୍ପ, କଣାସଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କଣାସ, ବ୍ରହ୍ମଗିରି ଏବଂ ସତ୍ୟବାଦୀ ବ୍ଲକରେ ମେଗା ପାନୀୟ ଜଳଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହାପରେ ୧୧ଟା ୩୫ରେ କଣାସ ଅଭିମୁଖେ ବାହାରିବେ ନବୀନ । ସେଠାରେ ୨୭୧ କୋଟିରୁ ଅଧିକ ଟଙ୍କାର ୨୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।

   Related Posts