Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଭୁବନେଶ୍ବରରୁ ଦୁବାଇକୁ ବିମାନ ଚଳାଚଳ ନେଇ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କୁ ଅନୁରୋଧ କଲେ ନବୀନ

13/07/2019 at 3:25 PM

ଭୁବନେଶ୍ବର ୧୩|୭: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କୁ ଚିଠି ଲେଖି ଭୁବନେଶ୍ବରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ଅନୁରୋଧ କରିଛନ୍ତି ନବୀନ ।

ନବୀନ ଲେଖିଛନ୍ତି ଯେ, ଓଡିଶାକୁ ବହୁ ସଂଖ୍ୟାରେ ବିଦେଶୀ ପର୍ଯ୍ୟଟକ ଆସୁଛନ୍ତି ।  ଏହାସହ ରାଜ୍ୟରେ ଅଧିକ ପୁଞ୍ଜିନିବେଶ ପାଇଁ ନିବେଶକମାନେ ଆଗ୍ରହୀ ମଧ୍ୟ ଅଛନ୍ତି। ଏଥିପାଇଁ ବିଭିନ୍ନ ଅନ୍ତର୍ଜାତୀୟ ବିମାନ ଚଳାଚଳ ସଂସ୍ଥା ଭୁବନେଶ୍ବରରୁ ଦୁବାଇକୁ ଅନ୍ତର୍ଜାତିକ ବିମାନ ଉଡାଣ ଆରମ୍ଭ କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। କିନ୍ତୁ ଲ୍ୟାଣ୍ଡିଂ ଅଧିକାର ଉପରେ କଟକଣା ଯୋଗୁଁ ଏହା ସମ୍ଭବ ହେଉନାହିଁ । ଦୁବାଇ ଏବଂ ମଧ୍ୟ ପ୍ରାଚ୍ୟ ରାଷ୍ଟ୍ର ଭଳି ବିଭିନ୍ନ ଅନ୍ତର୍ଜାତୀୟ ସ୍ଥାନକୁ ସିଧାସଳଖ ବିମାନ ଚଳାଚଳର ବ୍ୟବସ୍ଥା ନଥିବାରୁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦୁବାଇ ଓ ଭୁବନେଶ୍ବର ମଧ୍ୟରେ ସିଧାସଳଖ ବିମାନ ଚଳାଚଳ ହେଲେ ଯାତ୍ରୀ ସୁବିଧାମାନ ପାଇପାରିବେ ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି ।

   Related Posts