ବର୍ଷର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Published By : Prameya-News7 Bureau | January 01, 2019 IST

ପୁରୀ ୦୧|୦୧: ବର୍ଷର ପ୍ରଥମ ଦିନରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆଶିଷ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ପ୍ରାୟ ୧୨ଟା ୧୫ମିନିଟ୍ ସମୟରେ ପୁରୀରେ ପହଞ୍ଚିଥିଲେ । ସେଠାରେ ତାଙ୍କୁ  ସିଂହଦ୍ବାର ନିକଟରେ ସ୍ବାଗତ କରିଥିଲେ ରାଜସ୍ବ ମନ୍ତ୍ରୀ ମହେଶ୍ବର ମହାନ୍ତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର, କେନ୍ଦ୍ରାଞ୍ଚଳ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ଏସପି ସାର୍ଥକ ଷଡ଼ଙ୍ଗୀ। ତାଙ୍କୁ ଶ୍ରୀମନ୍ଦିରକୁ ପାଛୋଟି ନିଆଯିବା ପରେ ସେ ମହାପ୍ରଭୁଙ୍କ ଦର୍ଶନ ସହ ରାଜ୍ୟବାସୀଙ୍କ ସୁଖ ସମୃଦ୍ଧି କାମନା କରିଥିଲେ। ରାଜ୍ୟବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ମଧ୍ୟ ଜଣାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନୟକ। ପରେ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସମାଧିସ୍ଥଳକୁ ଯାଇ ସେଠାରେ ଶ୍ରଦ୍ଧାସୁମନ ଅର୍ପଣ କରି ଭୁବନେଶ୍ବର ଫେରିଯାଇଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.