ଏ ବର୍ଷ ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

Published By : Prameya-News7 Bureau | October 15, 2021 IST

ଭୁବନେଶ୍ବର ୧୫।୧୦: ଚଳିତବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାବାସୀଙ୍କ ଭଲ ପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣି । କୋଭିଡ୍ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ । ତେଣୁ ଆସନ୍ତାକାଲି ନବୀନ ନିବାସ ନ ଆସି କୋଭିଡ଼ ଯୋଗୁଁ ମୃତ୍ୟୁ ହୋଇଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ ରକ୍ତଦାନ ଭଳି ମହତ୍ କାର୍ଯ୍ୟରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ  କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.