Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||

ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି, ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ସ୍ପଷ୍ଟ କରିବାକୁ ଅନୁରୋଧ

25/11/2020 at 1:08 PM

ଭୁବନେଶ୍ବର ୨୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଶମ ଓ ଦ୍ବାଦଶ ପରୀକ୍ଷା ପ୍ରସଙ୍ଗରେ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ୍ ପରିସ୍ଥିତିରେ ପରୀକ୍ଷା ପାଇଁ ଜାତୀୟ ସ୍ତରରେ ଗାଇଡ୍ ଲାଇନ୍ ପ୍ରସ୍ତୁତ କରିବାକୁ ପ୍ରଧାନନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ନବୀନ ।

କରୋନା ମହାମାରୀ ଯୋଗୁଁ ମାର୍ଚ୍ଚ ୧୭ତାରିଖରୁ ଓଡିଶାରେ ସ୍କୁଲ ଓ କଲେଜ ବନ୍ଦ ରଖାଯାଇଥିଲା । ସୁରକ୍ଷାକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ପର୍ଯ୍ୟନ୍ତ ରାଜ୍ୟରେ ଶିକ୍ଷାନୁଷ୍ଠାନଗୁଡିକ ବନ୍ଦ ରଖାଯାଇଛି। ଅନଲାଇନ୍ ରେ ପାଠ ପଢାଇବାକୁ ଉଦ୍ୟମ ହୋଇଥିଲେ ମଧ୍ୟ ସମସ୍ତ ଛାତ୍ରଛାତ୍ରୀଙ୍କୁ ପଢାଇ ବୋର୍ଡ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ସମ୍ଭବ ନୁହେଁ ।

ତେଣୁ ୨୦୨୦-୨୦୨୧ ଦଶମ ଏବଂ ଦ୍ବାଦଶ ପରୀକ୍ଷା ନେଇ କେନ୍ଦ୍ର ସ୍ପଷ୍ଟ କରୁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ସରକାର କିଛି ସ୍ପଷ୍ଟ କରୁନଥିବାରୁ ଉଭୟ ଛାତ୍ରଛାତ୍ରୀ ଓ ଅଭିଭାବକ ଦ୍ବନ୍ଦ୍ବରେ ରହିଛନ୍ତି ।

   Related Posts