Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଶେଷକୃତ୍ୟ

9/05/2021 at 8:29 PM

ଭୁବନେଶ୍ୱର, ୦୯/୦୫: ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ତଥା ରାଜ୍ୟ ସଭା ସଦସ୍ୟ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ।

ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ମହାପାତ୍ର ତାଙ୍କ ନିହଣ ମୂନରେ ଓଡ଼ିଶାର ମହାନ କଳା  ପରମ୍ପରାକୁ ବିଶ୍ବବ୍ୟାପୀ କରିଥିଲେ । ଓଡ଼ିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବାରେ ତାଙ୍କର ମହନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେ ଥିଲେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅନନ୍ୟ ଭକ୍ତ । ସାରା ଦେଶର ବହୁସ୍ଥାନରେ ଜଗନ୍ନାଥ ମନ୍ଦିର ନିର୍ମାଣରେ ତାଙ୍କର ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ଥିଲା । ପୁରୀ ଶ୍ରୀ ମନ୍ଦିର ମରାମତିରେ ସେ ମଧ୍ୟ ସହଯୋଗ କରିଥିଲେ । ଗଞ୍ଜାମ ତାରାତାରିଣୀ ମନ୍ଦିର ପୁନଃନିର୍ମାଣରେ ସେ ତାଙ୍କର ଅତୁଳନୀୟ କାରିଗରୀ ଦକ୍ଷତା ପ୍ରଦର୍ଶନ କରିଯାଇଛନ୍ତି । ବାସ୍ତବରେ ସେ ଥିଲେ କଳାଜଗତର ଏକ ବିସ୍ମୟ କର ପ୍ରତିଭା ।

ତାଙ୍କ ବିୟୋଗରେ ଭାରତର କଳା ଜଗତରେ ଏକ ବିରାଟ ଶୂନ୍ୟତା ସୃଷ୍ଟି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ପରଲୋକ ଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

   Related Posts