ବୋମା ମାଡ ପରେ ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ଜେନା ଆଇସିୟୁରେ ଭର୍ତ୍ତି : ଅନନ୍ତଙ୍କୁ ଦେଖା କରିବାକୁ କ୍ୟାପିଟାଲ ହସ୍ପିଟାଲରେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | April 22, 2019 IST

ଭୁବନେଶ୍ୱର ୨୨/୪ : ଭୋଟ ପୂର୍ବରୁ ରାଜଧାନୀରେ ହିଂସା । ଭୁବନେଶ୍ବର ମଧ୍ୟ ବିଧାନସଭା କ୍ଷେତ୍ରରେ ଉଭୟ ବିଜେଡି ଓ ବିଜେପି ପ୍ରାର୍ଥୀଙ୍କ ଉପରେ ବୋମା ମାଡ଼ ହୋଇଛି । ରବିବାର ସଂଧ୍ୟାରେ ପ୍ରଥମେ ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଗାଡ଼ି ଉପରେ ବୋମାମାଡ଼ ହୋଇଥିଲା । ଗାଡି ଭାଙ୍ଗିରୁଜି ଯାଇଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଥିଲେ ଜଗନ୍ନାଥ । ରାତିରେ ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ଉପରେ ବୋମାମାଡ଼ ହୋଇଥିଲା । ଲକ୍ଷ୍ମୀସାଗର ଥାନା ଝାରପଡା କେନାଲ ରୋଡରେ ଯାଉଥିବା ବେଳେ ଦୁର୍ବୃତ୍ତ ତାଙ୍କ ଉପରକୁ ବୋମାମାଡ କରିଥିଲେ । ଅନନ୍ତଙ୍କ ମୁହଁ ଓ ହାତରେ ଗଭୀର ଆଘାତ ଲାଗିଛି । କ୍ୟାପିଟାଲ ହସ୍ପିଟାଲ ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଛି । ଉଭୟ ଘଟଣାରେ ପୋଲିସ ତଦନ୍ତ ଜାରି ରଖିଛି ।


ସୂଚନାଯୋଗ୍ୟ ଯେ, ଅନନ୍ତ ନାରାୟଣ ଜେନାଙ୍କୁ କ୍ୟାପିଟାଲ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି | ତାଙ୍କର ଚିକିତ୍ସା ଚାଲିଛି | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନନ୍ତ ନାରାୟଣ ଜେନାଙ୍କୁ ଦେଖା କରିବା ପାଇଁ କ୍ୟାପିଟାଲ ହସ୍ପିଟାଲରେ ପହଂଚିଛନ୍ତି | ହସ୍ପିଟାଲ ପରିସର ବ୍ୟାପକ ବନ୍ଦୋବସ୍ତ କରାଯାଇଛି | ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.