ଖୋର୍ଦ୍ଧା ବିଜେପି ନେତାଙ୍କୁ ଗୁଳି କରି ହତ୍ୟା ଘଟଣାରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ବାଚନ କମିଶନଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | April 15, 2019 IST

ଖୋର୍ଦ୍ଧା ୧୫/୪ : ଖୋର୍ଦ୍ଧା ବିଜେପି ନେତା ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଏହା ଏକ ଦୁଖଦ ଘଟଣା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ | ହତ୍ୟାକାରୀ ବିରୋଧରେ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ | ଦୋଷୀ ବିରୋଧରେ ଉଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ବାଚନ କମିଶନଙ୍କୁ ଅନୁରୋଧ କରିଛନ୍ତି ନବୀନ |

{"id":103600,"align":"center"}


ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ବିଜେପି ମଣ୍ଡଳ ସଭାପତି ତଥା ବଡ଼ପୋଖରିଆର ପୂର୍ବତନ ସରପଂଚ ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରାଯାଇଛି | ଖୋର୍ଦ୍ଧା ନବୀନବାଗ ସ୍ଥିତ ବିଜେପି କାର୍ଯ୍ୟାଳୟ ସମ୍ମୁଖରେ ୨ ଜଣ ଦୁର୍ବୁର୍ତ୍ତ ଏକ ବାଇକରେ ଆସି ମଙ୍ଗୁଳିଙ୍କୁ ଗୁଳି କରି ଚାଲିଯାଇଥିଲେ | ଘଟଣାସ୍ଥଳରେ ମଙ୍ଗୁଳିଙ୍କ ମୃତ୍ୟୁ ହୋଇଛି | ମଙ୍ଗୁଳିଙ୍କୁ ଗୁଳି କରି ୨ ଦୁର୍ବୁର୍ତ୍ତ ଫେରାର ହୋଇଯାଇଥିଲେ |

{"id":103599}


୨୪ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଆଜି ୬ ଘଣ୍ଟିଆ ଖୋର୍ଦ୍ଧା ବନ୍ଦ ଡାକରା ଦିଆଯାଇଛି | ଖରଡ଼ା ଆଦର୍ଶ ଥାନା ସମ୍ମୁଖରେ ବିଜେପି କର୍ମୀ ଏବଂ ସ୍ଥାନୀୟ ବାସିନ୍ଦା ଗଣ ଧାରଣା ଦେଇଛନ୍ତି |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.