ଆଜି ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ଯାଜପୁର ଗସ୍ତ : ୪ କୋଟି ଟଙ୍କାର ଦୁଇଟି ପ୍ରକଳ୍ପର ଶୁଭ ଉଦଘାଟନ କରିବେ ନବୀନ

Published By : Prameya-News7 Bureau | February 19, 2019 IST

ଯାଜପୁର ୧୯/୨ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିନିକିଆ ଯାଜପୁର ଜିଲ୍ଲା ଗସ୍ତ | ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ | ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକରେ ୧୧ଟା ୩୦ ପହଂଚି ୪ କୋଟି ଟଙ୍କାର ଦୁଇଟି ପ୍ରକଳ୍ପର ଶୁଭ ଉଦଘାଟନ କରିବେ | ଏହାପରେ ଧର୍ମଶାଳା ବ୍ଲକରେ ୪୫୭ କୋଟି ଟଙ୍କାର ୨୪୫ ଟି ପ୍ରକଳ୍ପର ଉଦଘାଟନ କରିବେ | ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ତରଫରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.