Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୪୦ ଆକ୍ରାନ୍ତ
  • ||
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||

ଫନି ପାଇଁ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ , ନବୀନ ନିବାସ ନ ଆସି ଅନାଥାଶ୍ରମ ଓ ଦିବ୍ୟାଙ୍ଗ ପିଲାଙ୍କ ପାଇଁ କାମ କରିବାକୁ ଶୁଭେଚ୍ଛୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

15/10/2019 at 3:51 PM

ଭୁବନେଶ୍ୱର ୧୫।୧୦- ଚଳିତ ବର୍ଷ ଫନି ବାତ୍ୟା ଯୋଗୁଁ ରାଜ୍ୟରେ ପ୍ରବଳ କ୍ଷୟ କ୍ଷତି ହୋଇଥିବା ଯୋଗୁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଜନ୍ମ ଦିନ ପାଳନ କରିବେ ନାହିଁ । ବୁଧବାରରେ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ କରାଯିବାର ଥିଲା । ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି

ଓଡିଶା ବାସୀ ମୁଖ୍ୟମନ୍ତ୍ରୀଙ୍କର ପ୍ରିୟ । ତାଙ୍କର ସ୍ନେହ ଓ ଭଲ ପାଇବା ତାଙ୍କୁ ଋଣୀ କରିବା ସହ ଆଶୀର୍ବାଦ ତାଙ୍କ ପାଇଁ ପ୍ରେରଣା ବୋଲି ଏଥିରେ ଉଲ୍ଲେଖ ଅଛି ।

ମୁଖ୍ୟମନ୍ତ୍ରୀଙ୍କର ଜନ୍ମଦିନ ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଦଳୀୟ କର୍ମୀ ଓ ଶୁଭେଚ୍ଛୁମାନଙ୍କୁ ନବୀନ ନିବାସ ନ ଆସି ଦିବ୍ୟାଙ୍ଗ ଓ ଅନାଥାଶ୍ରମରେ ଯାଇ କିଛି ଭଲ କାମ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

ଲୋକ ତାଙ୍କର ଜନ୍ମଦିନ, ବିବାହ ବାର୍ଷିକୀ ଆଦି ସ୍ମରଣୀୟ ଦିନରେ ଏହି ପିଲାଙ୍କ ପାଇଁ କିଛି ଭଲ କାମ କରିବା ପାଇଁ ଏଥିରେ ଉଲ୍ଲେଖ କରାଯାଇଛି । ଏହା ତାଙ୍କୁ ଅଧିକ ଆନନ୍ଦ ଦେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

   Related Posts