Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କନ୍ଧମାଳ : କନ୍ଧମାଳରେ ଅପରେସନ ଗ୍ରୀନ କ୍ଲିନ୍ , ପୁଣି ୧୯ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||

ସମ୍ କୋଭିଡ଼ ହସ୍ପିଟାଲ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

12/10/2020 at 8:51 AM

ଭୁବନେଶ୍ୱର ୧୧।୧୦ : ସମ୍ କୋଭିଡ ହସ୍ପିଟାଲର ଚିକିତ୍ସା ତଥା ଡାକ୍ତରଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା  ମହାମାରୀକୁ ପ୍ରତିହତ  କରିବା ନିମନ୍ତେ ଏହି ହସ୍ପିଟାଲର  ଦାୟିତ୍ବରେ ଥିବା ଡାକ୍ତରମାନେ ଯେଉଁଭଳି  ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ ସଂପାଦନ କରୁଛନ୍ତି ଏଥିରେ ସେ ଖୁବ  ପ୍ରଭାବିତ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ବିଶେଷ କରି ହସ୍ପିଟାଲ୍ ରେ ସଂକ୍ରମିତଙ୍କ  ଚିକିତ୍ସା  କରୁଥିବା ଡାକ୍ତର ପ୍ରଦୀପ୍ତ ପାତ୍ର ଓ  ଡାକ୍ତର ଈଶ୍ବର ବେହେରାଙ୍କ କର୍ତ୍ତବ୍ୟ ସଂପାଦନାକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । ଉଭୟ ଡାକ୍ତରଙ୍କୁ ଟେଲିଫୋନ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ୍ ଜଣାଇଥିଲେ।

କରୋନା ମହାମାରୀର ପ୍ରଭାବ ଓଡିଶାରେ   ଆରମ୍ଭ ହେବା  ପରଠାରୁହିଁ  ଆଇଏମଏସ  ଓ ସମ୍‌ ହସ୍ପିଟାଲର  ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଭୁବନେଶ୍ବରରେ ସମ୍‌ କୋଭିଡ ହସ୍ପିଟାଲ ସହିତ କେନ୍ଦ୍ରାପଡ଼ା ତାଳଚେର ଓ ଚାନ୍ଦପୁର ଠାରେ କୋଭିଡ ହସ୍ପିଟାଲ କାର୍ଯ୍ୟ କରୁଛି  । ଯେଉଁଠାରେ ଶହଶହ କରୋନା ରୋଗୀ ଚିକିତ୍ସିତ ହୋଇପାରୁଛନ୍ତି।

ସେହିପରି ସମ ତତ୍ତ୍ଵାବଧାନରେ ଭୁବନେଶ୍ୱର ଉପକଣ୍ଠ ଜାମୁଝରୀ ଏବଂ ଜଟଣୀ  ଠାରେ କୋଭିଡ କେୟାର ସେଣ୍ଟର କାର୍ଯ୍ୟ କରୁଛି  ।  ଭୁବନେଶ୍ୱର ସମ କୋଭିଡ ହସ୍ପିଟାଲ ରାଜ୍ୟର ବୃହତ୍ତମ ହୋଇଥିବା ବେଳେ ସମ ଅଧିନସ୍ଥ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲ ଗୁଡିକରେ ୨୨୦୦ରୁ ଅଧିକ ଶଯ୍ୟା ରହିଛି । ସମ୍ କୋଭିଡ ହସ୍ପିଟାଲର ଉତ୍ସର୍ଗୀକୃତ ସେବା ଯୋଗୁଁ ଅସଂଖ୍ୟ ରୋଗୀ ସୁସ୍ଥ ହୋଇ ଘରକୁ ଫେରୁଛନ୍ତି ।

ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ୱାରା  ନିର୍ଦ୍ଧାରିତ  କରୋନା ପରିଚାଳନା ନିୟମକୁ ଶୃଙ୍ଖଳିତ ଢଙ୍ଗରେ ବିନିଯୋଗ  କରି  ରୋଗୀଙ୍କ ସେବା କରୁଥିବାରୁ ସମ କୋଭିଡ ହସ୍ପିଟାଲ ଓ ଏହାର ଡାକ୍ତର ମାନଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ। ବିଶେଷ କରି ଧର୍ଯ୍ୟର ସହ କରୋନା ସଂକ୍ରମିତଙ୍କର ଉତ୍ତମ ସେବା, ଯତ୍ନ ଓ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ଯୋଗୁଁ ରୋଗୀମାନେ ଉପକୃତ ହେଉଥିବା ସେ କହିଛନ୍ତି।

୫ଟି ସଚିବ ଶ୍ରୀ ଭି.କେ ପାଣ୍ଡିଆନ ମଧ୍ୟ ସମ୍‌ର ଏହି ଦୁଇ ଦକ୍ଷ ଡାକ୍ତରଙ୍କ ସହିତ ଫୋନ ଯୋଗେ ଆଲୋଚନା କରିଛନ୍ତି । ରାଜ୍ୟ ସରକାରଙ୍କ କରୋନା ପରିଚାଳନାକୁ ଡାକ୍ତର ପାତ୍ର ଏବଂ ଡାକ୍ତର ବେହେରା ମଧ୍ୟ ପ୍ରଶଂସା କରିଛନ୍ତି । ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶା ସରକାର ଦକ୍ଷତା ସହିତ କରୋନାର ଆଗୁଆ ପରିଚାଳନା କରୁଥିବାରୁ ଏହା ଦ୍ୱାରା ହଜାର ହଜାର ରୋଗୀ ଉପକୃତ ହୋଇପାରୁଛନ୍ତି ।

   Related Posts