Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଦେବଗଡ଼ରେ BSKY ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କରିବେ ଉଦଘାଟନ

9/10/2021 at 9:21 AM

ଦେବଗଡ ୦୯/୧୦: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦେବଗଡ ଜିଲ୍ଲା ବାସୀଙ୍କୁ ବାଣ୍ଟିବେ କରିବେ BSKY ସ୍ମାର୍ଟକାର୍ଡ । ଏହି ଅବସରରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂତନ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ଏଥି ସହିତ ମୁଖ୍ୟମନ୍ତ୍ରୀ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ତଥା ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି ।

ଜିଲ୍ଲାର ୭୮ ହଜାର ୬ ଶହ ୧୫ ଜଣ ଗରିବ ହିତାଧିକାରୀ ଏହି ଯୋଜନାରେ ଉପକୃତ ହେବେ । ଏଥିପାଇଁ ଇଣ୍ଡୋର ଷ୍ଟାଡିୟମରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ତିନିଟି ବ୍ଲକର ୭୦ଟି ପଞ୍ଚାୟତରେ କାର୍ଡ ବଣ୍ଟନ କରାଯିବ । ବାରକୋଟ ବ୍ଲକର ୨୪ ପଞ୍ଚାୟତରେ ୨୮ହଜାର ୬୯ ଜଣ ହିତାଧିକାରୀଙ୍କୁ ଦିଆଯିବ କାର୍ଡ । ରିଆମାଳ ବ୍ଲକର ୨୬ଟି ପଞ୍ଚାୟତରେ ୨୭ ହାଜର ୧୭୫ ଓ ତିଳେଇବଣି ବ୍ଲକର ୨୦ଟି ପଞ୍ଚାୟତରେ ୧୯ ହଜାର ୮୬୨ କାର୍ଡ ପ୍ରଦାନ କରାଯିବ ।

ସେହିପରି ଦେବଗଡ଼ ପୌରପରିଷଦରେ ୩ହଜାର ୫୦୯ ଜଣ ହିତାଧିକାରୀଙ୍କୁ ମଧ୍ୟ କାର୍ଡ ଦିଆଯିବ । ଏହା ସହିତ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ ମଧ୍ୟ କରାଯିବ । କାର୍ଯ୍ୟକ୍ରମକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

   Related Posts