Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ସାଢେ ୧୧ଟାରେ କୋଭିଡ୍ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ, ଉପସ୍ଥିତ ରହିବେ ମୁଖ୍ୟ ଶାସନ ସଚିବ

23/07/2021 at 10:57 AM

ଭୁବନେଶ୍ୱର,୨୩/୦୭: ରାଜ୍ୟରେ କରୋନା ଭାଇରସର ମାମଲା ଧିରେଧିରେ ହ୍ରାସ ପାଉଛି । ୨୦୦୦ ତଳେ ଦୈନିକ ସଂକ୍ରମଣ ରହୁଛି । ଏସବୁ ମଧ୍ୟରେ ଶୁକ୍ରବାର କରୋନା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ୧୧.୩୦ରେ କରୋନା ସ୍ଥିତିର ସମୀକ୍ଷା କରିବେ । ଏହାସହ ବରିଷ୍ଠ ଅଧିକାରୀଙ୍କ ସହ ମଧ୍ୟ ଆଲୋଚନା କରିବେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ  ସମେତ  ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ସହ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି । ସମ୍ଭାବ୍ୟ ତୃତୀୟ ଲହର ଓ କୋଭିଡ ସ୍ଥିତି, ଟିକାକରଣକୁ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିପାରନ୍ତି ବୋଲି କୁହାଯାଉଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୩୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୯୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୪୩୫୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts