Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ମୁଖ୍ୟମନ୍ତ୍ରୀଙ୍କ ‘ମୋ ସରକାର’ସମୀକ୍ଷା, ଲୋକଙ୍କ ଠାରୁ ନିୟମିତ ଫିଡ୍‌ବ୍ୟାକ୍‌ ଗ୍ରହଣ କରିବାକୁ ପରାମର୍ଶ

6/10/2021 at 8:43 AM

ଭୁବନେଶ୍ୱର ୦୬।୧୦: ରାଜ୍ୟରେ ମୋ ସରକାରର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କ୍ଷେତ୍ରରେ କ୍ରିୟାଶୀଳ ହୋଇ କାର୍ଯ୍ୟ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସବୁ ସରକାରଙ୍କ ଲକ୍ଷ୍ୟ ହେଉଛି ଲୋକଙ୍କୁ ସେବା ଯୋଗାଇବା । ତେଣୁ ଲୋକଙ୍କ ଠାରୁ ନିୟମିତ ଭାବରେ ଫିଡବ୍ୟାକ୍ ଗ୍ରହଣ କରି ଏବଂ ତାହାକୁ ଭିତ୍ତିକରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନେଲେ କିମ୍ବା ନୀତି ବା ପ୍ରକ୍ରିୟାରେ ଆବଶ୍ୟକ ସଂଶୋଧନ କରିବା ଦ୍ବାରା ଲୋକଙ୍କ ପାଖରେ ସରକାରଙ୍କ ପ୍ରାସଙ୍ଗିକତା ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେଣୁ ଲୋକଙ୍କ ଠାରୁ ଅଧିକରୁ ଅଧିକ ଫିଡବ୍ୟାକ୍ ନେବାକୁ କହିଛନ୍ତି ନବୀନ ।

ରାଜ୍ୟ ସରକାରଙ୍କ ପ୍ରଶାସନ 5-T ନୀତି ଦ୍ବାରା ପରିଚାଳିତ ଏବଂ ଏହା ଦ୍ବାରା ସବୁ କ୍ଷେତ୍ରରେ ରୂପାନ୍ତର ଆଣିବା ଆମର ଲକ୍ଷ୍ୟ । ବିଭିନ୍ନ କ୍ଷେତ୍ରରେ ଓଡ଼ିଶା ଏବେ ଯେଉଁ ଉଲ୍ଲେଖନୀୟ ପଦକ୍ଷେପ ନେଇ ସାରା ବିଶ୍ବର ନଜରକୁ ଆସିପାରିଛି, ମହିଳା ସଶକ୍ତିକରଣ ଠାରୁ ଆରମ୍ଭ କରି କୃଷକମାନଙ୍କୁ ସହାୟତା, ସହରାଞ୍ଚଳ ପରିଚାଳନା ବ୍ୟବସ୍ଥା, କ୍ରୀଡ଼ା, ଦକ୍ଷତା ବିକାଶ, ସ୍ବାସ୍ଥ୍ୟ ସେବା ଓ ସ୍କୁଲ ରୁପାନ୍ତର ଆଜି କାର୍ଯ୍ୟକ୍ରମଗୁଡ଼ିକରେ ରାଜ୍ୟ ଅନେକ ପ୍ରଶଂସା ପାଇଛି ।

ସେହିଭଳି ମୋ ସରକାର କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରି 5-T ସଚିବ ଭି.କେ.ପାଣ୍ଡିଆନ୍ କହିଥିଲେ, ବ୍ୟବସ୍ଥା କିପରି କାମ କରୁଛି, ତାକୁ ଜାଣିବା ହେଉଛି ମୋ ସରକାରର ଲକ୍ଷ୍ୟ । ଲୋକଙ୍କୁ ସମ୍ମାନର ସହିତ ସେବା ଯୋଗାଇଦେବା ହେଉଛି ସରକାରଙ୍କ ଦାୟିତ୍ବ । ସେମାନେ ଯେଭଳି କୌଣସି କାର୍ଯ୍ୟାଳୟରେ ଖରାପ ବ୍ୟବହାର ନପାଆନ୍ତି ଏବଂ ବୃତ୍ତିଗତ ସେବା ପାଆନ୍ତି, ତାକୁ ସୁନିଶ୍ଚିତ କରିବା ହେଉଛି ମୋ ସରକାରର ଲକ୍ଷ୍ୟ ।

ତେବେ ବର୍ତ୍ତମାନ ୨୭ଟି ବିଭାଗର ୨୨୫ଟି ସେବା ମୋ ସରକାରରେ ଅନ୍ତର୍ଭୁକ୍ତ ହୋଇଛି । ଆଉ ମାସେ ଭିତରେ ୨୫୦ଟି ସେବା ଅନ୍ତୁର୍ଭୁକ୍ତ ହେବ । ଏହି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ୨କୋଟି ଲୋକଙ୍କ ଡାଟାବେସ୍ ରଖାଯାଇଛି । ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

   Related Posts