Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ସାମ୍ବାଦିକ କରୁଣାକର ସାହୁଙ୍କ ପରିବାରକୁ ମିଳିବ ୧୫ ଲକ୍ଷ ଟଙ୍କା ସହାୟତା

29/06/2021 at 2:51 PM

ଭୁବନେଶ୍ବର ୨୯।୬: ସାମ୍ବାଦିକ କରୁଣାକର ସାହୁଙ୍କ ପରିବାରକୁ ଦିଆଯିବ ଆର୍ଥିକ ସହାୟତା । ୧୫ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । କୋଭିଡ୍‌ରେ ଆକ୍ରାନ୍ତ ହେବା ପରେ ସାମ୍ବାଦିକ କରୁଣାକରଙ୍କର ମୃତ୍ୟୁ ହୋଇଥିଲା । କରୁଣାକର ଗଞ୍ଜାମ ଜିଲ୍ଲା ଶେରଗଡ ବ୍ଲକ୍ରେ କାର୍ଯ୍ୟରତ ଥିଲେ ।

ସୂଚନାଯୋଗ୍ୟ ଯେ, ଗତ ଅପ୍ରେଲ ମାସ ୨୧ ତାରିଖରେ ସାମ୍ବାଦିକ କରୁଣାକର ସାହୁ କରୋନାରେ ସଂକ୍ରମିତ ହୋଇଥିଲେ । ତାଙ୍କୁ ହିଞ୍ଜିଳିକାଟୁ ସ୍ଥିତ କୋଭିଡ୍ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଅପ୍ରେଲ ୨୩ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା ।  ତାଙ୍କ ମୃତ୍ୟୁ ପରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ରାଶି ପ୍ରଦାନ କରିବାକୁ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, କାର୍ଯ୍ୟରତ ସାମ୍ବାଦିକଙ୍କୁ ସରକାର କୋଭିଡ୍ ଯୋଦ୍ଧା ଭାବେ ଘୋଷଣା କରିଛନ୍ତି ।

ଏହି ପରିପ୍ରେକ୍ଷୀରେ କୌଣସି କାର୍ଯ୍ୟରତ ସାମ୍ବାଦିକ ଯଦି ପ୍ରାଣ ହରାନ୍ତି ତେବେ ତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବା ଲାଗି ସରକାର ପୂର୍ବରୁ ଘୋଷଣା କରିସାରିଛନ୍ତି । ଏ ଆଧାରରେ ସାମ୍ବାଦିକ କରୁଣାକରଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ସହାୟତା ଦେବା ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ତେବେ ପୂର୍ବରୁ ମଧ୍ୟ ସାମ୍ବାଦିକଙ୍କୁ ସହାୟତା ରାଶି ପ୍ରଦାନ କରାଯାଇସାରିଛି ।

   Related Posts