ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
24/04/2020 at 10:06 AM

ଭୁବନନେଶ୍ୱର ୨୪।୦୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ। ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ଆଲୋଚନା କରିଛନ୍ତି। କରୋନା ସ୍ଥିତି ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଜଣାପଡ଼ିଛି।
ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ନେଇ ମଧ୍ୟ ଫୋନ୍ ରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସୁଛି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ଏହି ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଛି।