Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : ଖସୁଛି କରୋନା ଗ୍ରାଫ, ଦେଶରେ ଗତ ୨୪ଘଣ୍ଟାରେ ୩୬୬୦୪ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ
  • ||

ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଭର୍ଚୁଆଲ ପ୍ରଚାର: କୋଭିଡ୍ ନିୟମ ମାନି ଭୋଟ ଦେବାକୁ କଲେ ଅନୁରୋଧ

29/10/2020 at 6:39 PM

ବାଲେଶ୍ୱର୨୯/୧୦: ବାଲେଶ୍ବର ଉପ-ନିର୍ବାଚନରେ ଡିଜିଟାଲ ବା ଭର୍ଚୁଆଲ ପ୍ରଚାର କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଉପନିର୍ବାଚନ ଲାଗି ତିର୍ତ୍ତୋଲ ସହ ବାଲେଶ୍ୱର ସଦର ବିଧାନସଭା ଆସନରେ ପ୍ରଚାର ଜମୁଛି ।

ମୁଖ୍ୟମନ୍ତ୍ରୀ ୧୯୯୯ ମହାବାତ୍ୟା କିଭଳି ରାଜ୍ୟବାସୀଙ୍କୁ ଦୁଃଖ ଦେଇଥିଲା, ସେ ସଂପର୍କରେ କହିଥିଲେ। ମହାବାତ୍ୟା କିଭଳି ଓଡ଼ିଶାକୁ ଛାରଖାର୍ କରିଥିଲା ମୁଖ୍ୟମନ୍ତ୍ରୀ କହିଥିଲେ । ଆଜି ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ବିଶ୍ୱର ଦୃଷ୍ଟି ଆକର୍ଷଣ କରିପାରିଛି । ଫାଇଲିନ୍ ବେଳେ ସତର୍କତାର ସହ ଓଡ଼ିଶା ୧୦ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରିଥିଲା ।

ଯାହାକୁ ଜାତିସଂଘ ପ୍ରଂଶସା କରିଛି। ଦେଶର ଏକମାତ୍ର ରାଜ୍ୟ ଭାବେ ଓଡ଼ିଶା ସବୁ ଲୋକଙ୍କୁ ମାଗଣା କୋଭିଡ୍ ଚିକିତ୍ସା ଦେଉଥିବା ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗତକାଲି ତିର୍ତ୍ତୋଲରେ ଭର୍ଚୁଆଲ ପ୍ରଚାର କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କୁ କୋଭିଡ୍ ନିୟମ ମାନି ସାବଧାନତାର ସହ ଭୋଟ୍ ଦେବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । ବାଲେଶ୍ୱରର ବିକାଶ ଦାୟିତ୍ୱ ନିଜେ ବୁଝିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

   Related Posts