Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଟିଭିରେ ମହାପ୍ରଭୁଙ୍କ ରଥଯାତ୍ରାର ସିଧା ପ୍ରସାରଣ ଦେଖିଲେ ମୁଖ୍ୟମନ୍ତ୍ରୀ

23/06/2020 at 3:54 PM

 ଭୁବନେଶ୍ୱର ୨୩।୦୬ : ଟିଭି ପରଦାରେ ରଥଯାତ୍ରା ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ଦର୍ଶନ କରି ମୁଣ୍ଡିଆ ମାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଲୋକସେବା ଭବନରେ ରଥଯାତ୍ରାକୁ ନେଇ ସ୍ବତନ୍ତ୍ର ପୁସ୍ତକ ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ଉନ୍ମୋଚନ ମଧ୍ୟ କରିଛନ୍ତି । ରଥ ଯାତ୍ରା ନେଇ ମୁଖ୍ୟମନ୍ତ୍ରୀଙ୍କ ଟ୍ବିଟ୍‌ କରି ଲେଖିଛନ୍ତି ଯେ, ରଥରେ ମହାପ୍ରଭୁଙ୍କୁ ଦେଖି ମନ ବିଭୋର ହୋଇଯାଉଛି। ରଥାରୁଢ ମହାପ୍ରଭୁଙ୍କ ଅପୂର୍ବ ଶୋଭା ହୃଦୟକୁ ଭକ୍ତି ଭାବରେ ରସାଣିତ କରି ଦେଉଛି। ମହାପ୍ରଭୁ ଆମ ସମସ୍ତଙ୍କର ଗୁହାରୀ ଶୁଣିବେ। ଏ କଠିନ ସମୟ ଶୀଘ୍ର ଦୂର ହେବ ଏବଂ ସମସ୍ତଙ୍କ କଲ୍ୟାଣ ହେବ। ସବୁ ତାଙ୍କରି ଇଚ୍ଛା।

   Related Posts