Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବରଗଡ଼ ଯିବେ ମୁଖ୍ୟମନ୍ତ୍ରୀ : ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ ସହ କ୍ୟାନସର୍ ହସ୍ପିଟାଲର ଶିଳାନ୍ୟାସ

13/11/2021 at 8:16 AM

ବରଗଡ଼ ୧୩।୧୧: ଆଜି ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନାରେ ସାମିଲ ହେବ ବରଗଡ଼ । ଆଜି ବରଗଡ଼ ଜିଲ୍ଲା ବିଜେପୁର  ଏମ ଗଣ୍ଡପାଲି ଗସ୍ତରେ ପହଁଚି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣର ସ୍ମାର୍ଟ କାର୍ଡ ବଣ୍ଟନ କରିବା ସହ ବିଭିନ୍ନ ଜନକଲ୍ୟାଣକାରୀ  ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ  ଓ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହାକୁ ନେଇ ବିରୋଧୀ ବିଜେପି ଓ କଂଗ୍ରେସ ଦଳ ପକ୍ଷରୁ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାକୁ କେନ୍ଦ୍ର କରି ବିରୋଧ ପ୍ରଦର୍ଶନ କରିବେ ବୋଲି ଚେତାବନୀ ଦେଇଛନ୍ତି ।

ଖବର ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଅବସରରେ ୨୯୫ କୋଟି ୯ଲକ୍ଷ ଟଙ୍କାର ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ବରଗଡ଼ ଜିଲ୍ଲାରେ କ୍ୟାନସର୍ ହସ୍ପିଟାଲର ମଧ୍ୟ ଶିଳାନ୍ୟାସ କରିବେ ନବୀନ । ବରଗଡ଼ ଜିଲ୍ଲାରେ ମୋଟ 12 ଟି ବ୍ଲକରେ 3 ଲକ୍ଷ 63 ହଜାର ହିତାଧିକାରୀଙ୍କୁ ବିଜୁସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବାର କାର୍ଯ୍ୟକ୍ରମ ରହିଛି ।

ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବରଗଡ଼ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ୧୮ ପ୍ଲାଟୁନ ପୋଲିସ ଫୋର୍ସ , ୮ ଜଣ ଡ଼ିଏସପି,୧୫ ଜଣ ଇନ୍‌ସପେକ୍ଟର, ୨୫ ଜଣ ସବ ଇନ୍‌ସପେକ୍ଟର , ୪୦ ଜଣ ଏଏସଆଇଙ୍କ ସମେତ ସିଆରପିଏଫ, ଡିବିଏମ ଓ ଆଇଆରବି ଟିମ ସାମିଲ ମୁତୟନ ଅଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ବିଜେପି କୃଷକମୋର୍ଚ୍ଚା ଜିଲ୍ଲା ସଭାପତିଙ୍କ ସହ କିଛି ନେତାଙ୍କୁ ପୋଲିସ ଅଟକ ରଖିଛି ।

   Related Posts