ବ୍ରହ୍ମଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବାଣ୍ଟିବେ ହେଲଥ କାର୍ଡ

Published By : Prameya-News7 Bureau | October 07, 2021 IST

 ବ୍ରହ୍ମଗିରି ୦୭।୧୦:  ଆଜି ପୁରୀ ଜିଲ୍ଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବ୍ରହ୍ମଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ। ସେହିପରି ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଜିଲ୍ଲାପାଳ ସମର୍ଥ ବର୍ମା ବ୍ରହ୍ମଗିରି ଯାଇ ଗ୍ରହଣ କରାଯାଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.