Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍ : ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି

13/04/2021 at 2:55 PM

କଟକ ୧୩।୪: ରମଜାନ ମାସ ପାଇଁ ସିଏମସି ପକ୍ଷରୁ ଜାରି ହୋଇଛି ଗାଇଡ୍ ଲାଇନ୍ । କରୋନା ସଂକ୍ରମଣକୁ ଦୃଷ୍ଟି ରଖି ସିଏମସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ମସଜିଦରେ ନମାଜ ପାଠ ପାଇଁ ଶହେ ଲୋକଙ୍କୁ ଅନୁମତି ପ୍ରଦାନ କରାଯାଇଛି । ମାସ୍କ ବ୍ୟବହାର ଓ ୬ ଫୁଟ ସାମାଜିକ ଦୂରତା ବାଧ୍ୟତାମୂଳକ ବୋଲି ଗାଇଡ୍ ଲାଇନ୍ ରେ ଦର୍ଶାଯାଇଛି । ମସଜିଦ ସମ୍ମୁଖରେ ହ୍ୟାଣ୍ଡ ସାନିଟାଇଜେସନ ଓ ଥର୍ମାଲ ସ୍କାନିଂର ବ୍ୟବସ୍ଥା କରାଯାଇଛି । ବୟସ୍କ ବ୍ୟକ୍ତି, ବିଭିନ୍ନ ରୋଗରେ ଆକ୍ରାନ୍ତଙ୍କୁ ନମାଜ ପାଇଁ ଅନୁମତି ମିଳିବନି ।

ସେପଟେ ବିଏମସି ମଧ୍ୟ ରମଜାନ ପାଇଁ କଟକଣା ଜାରି କରିଛି । ବୁଧବାରଠାରୁ ଆରମ୍ଭ ହେଉଛି ରମଜାନ ମାସ । ବିଏମସି କଟକଣା ଅନୁଯାୟୀ, ରମଜାନ ପାଇଁ ମୁସଲମାନଙ୍କ ଦୁଇଟି ଗ୍ରୁପର କର୍ମକର୍ତ୍ତାଙ୍କ ସହିତ ଆଲୋଚନା ହୋଇଛି। ଖୁବଶୀଘ୍ର ଏନେଇ ଜାରି ହେବ ଏସଓପି । ଶୁକ୍ରବାର ଦିନ ହେଉଥିବା ନମାଜ ପାଠ ପାଇଁ ସମ୍ପୃକ୍ତ ଧାର୍ମିକ ଅନୁଷ୍ଠାନର ଧାରଣ କ୍ଷମତାଠାରୁ ଶତକଡା ୫୦ଭାଗ ଲୋକଙ୍କ ପାଇଁ ଅନୁମତି ଦିଆଯିବ । ମାସ୍କ, ସାନିଟାଇଜର ଓ ୬ ଫୁଟର ସାମାଜିକ ଦୂରତା ବାଧ୍ୟତାମୂଳକ । ଏନେଇ ପୂର୍ବରୁ ସ୍ବତନ୍ତ୍ର ରିଲିଫ କମିଶନର ଗାଇଡ଼ଲାଇନ ଜାରି କରିଛନ୍ତି। ଏହାକୁ ବିଏମସି ପକ୍ଷରୁ କଡାକଡି କାର୍ଯ୍ୟକାରୀ କରାଯିବ ବୋଲି କମିଶନର ସୂଚନା ଦେଇଛନ୍ତି ।

   Related Posts