Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
  • ||

ମହଙ୍ଗା ପଡିଲା କୋଭିଡ୍ ଗାଇଡ୍ ଲାଇନ୍ ଉଲଂଘନ, ସିଲ୍ ହେଲା କୋଚିଂ ସେଣ୍ଟର ‘ହାପି କ୍ଲାସେସ୍’

5/04/2021 at 11:10 AM

ଭୁବନେଶ୍ବର ୫।୪: ମହଙ୍ଗା ପଡିଲା କୋଭିଡ୍ ଗାଇଡ୍ ଲାଇନ୍ ଉଲଂଘନ । କୋଭିଡ୍ ଗାଇଡ୍ ଲାଇନ୍ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ବର ସ୍ଥିତ ଏକ କୋଚିଂ ସେଣ୍ଟର ସିଲ୍ ହୋଇଛି । କୋଚିଂ ସେଣ୍ଟର ହାପି କ୍ଲାସେସକୁ ସିଲ୍ କରିଛି ଭୁବନେଶ୍ବର ମହାନଗର ନିଗମ ।

ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ କୋଭିଡ୍ ସଂକ୍ରମଣ ବଢୁଛି । ଦିନକୁ ଦିନ କୋଭିଡ୍ ପଜିଟିଭ୍‌ଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେଥିପାଇଁ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ କୋଭିଡ୍ ଗାଇଡ୍ ଲାଇନ୍ ମଧ୍ୟ ଲାଗୁ କରାଯାଇଛି । ମାସ୍କ ପରିଧାନ ସହ ସାମାଜିକ ଦୂରତା ବଜାୟ ରଖିବାକୁ ମଧ୍ୟ ଗାଇଡ୍ ଲାଇନ୍‌ରେ ଦର୍ଶାଯାଇଛି । ମାତ୍ର କିଛି ସ୍ଥାନରେ ଏହାକୁ ଖୋଲାଖୋଲି ଉଲଂଘନ କରାଯାଉଥିବା ଦେଖିବାକୁ ମିଳିଛି ।

ଭୁବନେଶ୍ବର ସ୍ଥିତ ଏକ କୋଚିଂ ସେଣ୍ଟରେ କୋଭିଡ୍ ଗାଇଡ୍ ଲାଇନ୍ ଉଲଂଘନ କରାଯାଉଥିବା ଦେଖିବାକୁ ମିଳିଥିଲା । ଏନେଇ ଖବର ପାଇବା ପରେ ଭୁବନେଶ୍ବର ମହାନଗର ନିଗମର ଏକ ଟିମ୍ ସଂପୃକ୍ତ କୋଚିଂ ସେଣ୍ଟରରେ ଚଢାଉ କରିଥିଲା । ଚଢାଉ ବେଳେ କୋଭିଡ୍ ଗାଇଡ୍ ଲାଇନ୍ ଉଲଂଘନ କରାଯାଇଥିବା ବିଏମସି ଅଧିକାରୀଙ୍କ ନଜରକୁ ଆସିଥିଲା । ଫଳରେ ସେହି କୋଚିଂ ସେଣ୍ଟରକୁ ସିଲ୍ କରାଯାଇଛି ।

   Related Posts