ରାୟଗଡା ଷ୍ଟେସନରେ କୋଇଲା ବୋଝେଇ ଟ୍ରେନ୍‌ରେ ଅଗ୍ନିକାଣ୍ଡ

Published By : Prameya-News7 Bureau | July 31, 2019 IST

ରାୟଗଡା ୩୧|୭: ରାୟଗଡା ରେଳଷ୍ଟେସନରେ ଟ୍ରେନ୍ ରେ ଅଗ୍ନିକାଣ୍ଡ ଘଟିଛି । ଷ୍ଟେସନରେ ଛିଡା ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ ଘଟିଛି । ୭ ନମ୍ବର ପ୍ଲାଟଫର୍ମରେ ଟ୍ରେନ୍ ଠିଆ ହୋଇଥିବା ବେଳେ ହଠାତ୍ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା । ଖବରପାଇ ଦମକଳବାହିନୀ ଘଟଣାସ୍ଥଳରେ ତୁରନ୍ତ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଅଗ୍ନିକାଣ୍ଡ ଫଳରେ କାହାର କୌଣସି କ୍ଷତି ହୋଇନଥିବା ଜଣାପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.