Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦରଦାମ ବୃଦ୍ଧି ପ୍ରତିବାଦ, ଭଦ୍ରକରେ କଂଗ୍ରେସର ୪ଘଣ୍ଟିଆ ଗଣଧାରଣା

11/06/2021 at 3:54 PM

ଭଦ୍ରକ ୧୧।୬: ଭଦ୍ରକ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ପେଟ୍ରୋଲ ପମ୍ପ ସମ୍ମୁଖରେ ୪ ଘଣ୍ଟିଆ ଗଣଧାରଣା ଦିଆଯାଇଛି । ଗୋଟିଏ ପଟେ କରୋନା ମହାମାରୀ ଯୋଗୁଁ ଜୀବନ ଜୀବିକା ଦୁର୍ବିସହ ହୋଇପଡିଥିବା ବେଳେ, ଅନ୍ୟପଟେ କରୋନା କାଳରେ ମହଙ୍ଗା ମାଡ ଯୋଗୁଁ ସାଧାରଣ ଲୋକେ ଅସ୍ତବ୍ୟସ୍ତ ହୋଇପଡିଛନ୍ତି ।

ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ପେଟ୍ରୋଲ, ଡିଜେଲ, ରନ୍ଧନଗ୍ୟାସ, ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଆକାଶ ଛୁଆଁ ଦରଦାମ ବୃଦ୍ଧି ସାଙ୍ଗକୁ, ବେକାର ସଂଖ୍ୟା ବୃଦ୍ଧି ରୋକିବାରେ କେନ୍ଦ୍ର ଓ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଥିବା କଂଗ୍ରେସ ଅଭିଯୋଗ କରିଛି । ଏହାର ପ୍ରତିବାଦରେ ସହ ଆକାଶଛୁଆଁ ଦରଦାମ ପ୍ରତ୍ୟାହାର ଦାବିରେ କଂଗ୍ରେସ ପକ୍ଷରୁ ଏହି ଗଣଧାରଣା ଦିଆଯାଇଛି ।

   Related Posts