Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁର୍କୀରେ ବଡ ଧରଣର ଭୂକମ୍ପ ପରେ ସୁନାମି: ପ୍ରକୃତି ରଚିଲା ତାଣ୍ଡବଲୀଳା, ୬ ମୃତ, ୨୦୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଜେପିକୁ ତିର୍ତ୍ତୋଲବାସୀ ନିଶ୍ଚୟ ଜିତାଇବେ ଏବଂ ପ୍ରଧାନମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବେ- ଧର୍ମେନ୍ଦ୍ର
  • ||
  • PL 2020: ଗର୍ଜିଲା କ୍ରିସ୍ ଗେଲଙ୍କ ବ୍ୟାଟ୍, ରାଜସ୍ଥାନ ସମ୍ମୁଖରେ ୧୮୬ ରନର ବିଜୟ ଲକ୍ଷ୍ୟ ରଖିଲା କିଙ୍ଗ୍ସ ଏକାଦଶ ପଞ୍ଜାବ
  • ||
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||

ଥରୁଛି ସାରା ଓଡିଶା, ୪୮ଘଣ୍ଟା ପରେ ଆହୁରି ବଢିବ ଶୀତ

4/01/2020 at 9:24 AM

ଭୁବନେଶ୍ବର ୪।୧: ଥଣ୍ଡାରେ ଥରୁଛି ସାରା ଓଡିଶା । ବର୍ଷା ଏବଂ ପାଗ କୋହଲା କାରଣରୁ ଲୋକେ ଥରୁଛନ୍ତି । ସ୍ଥିତି ଏମିତି ଯେ ଲୋକେ ଘରୁ ବାହାରିବା ବି ମୁସ୍କିଲ ହୋଇପଡ଼ୁଛି । ଜରୁରୀ କାମ ନଥିଲେ ଘରୁ ବାହାରକୁ ବାହାରୁନାହାନ୍ତି ଲୋକେ । ବାରିପଦା, ସୋନପୁର, ଭୁବନେଶ୍ବରରୁ ବଲାଙ୍ଗୀର, ସବୁଠି ଏଭଳି ସ୍ଥିତି । ଦିନର ତାପମାତ୍ରା ହଠାତ୍ ହ୍ରାସ ପାଇଛି । ଏକାଥରକେ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ଖସି ଆସିଥିବାରୁ ସାରା ରାଜ୍ୟରେ ଜନଜୀବନ ପ୍ରଭାବିତ ହୋଇଛି । ଏଭଳି ସ୍ଥିତି ଆହୁରି ୧୨ ଘଣ୍ଟା ପର୍ଯ୍ୟନ୍ତ ଲାଗିରହିବ ।

ଆଜି ମଧ୍ୟାହ୍ନଠାରୁ କିଛି ସ୍ଥାନରେ ବର୍ଷା କମିପାରେ । ତେବେ ୫ ତାରିଖ ସକାଳ ପର୍ଯ୍ୟନ୍ତ ଅଧିକାଂଶ ଜିଲ୍ଲାରେ କୋହଲା ପାଗ ଜାରି ରହିବ । ଏହାପରେ ପାରଦ ଖସିବା ସମ୍ଭାବନା ରହିଛି । ଆସନ୍ତା ୪୮ ଘଣ୍ଟା ପରେ ରାତିର ସର୍ବନିମ୍ନ ତାପମାତ୍ରା ୪ରୁ ୫ ଡିଗ୍ରୀ ଖସିବ। ତେଣୁ ପ୍ରବଳ ଥଣ୍ଡା ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଜି ମଧ୍ୟାହ୍ନ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଭଦ୍ରକ, ବାଲେଶ୍ବର, ଯାଜପୁର, କୋରାପୁଟ, କଟକ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ ଓ ସୁନ୍ଦରଗଡ଼ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ହାଲକା ବର୍ଷା ହୋଇପାରେ । ୫ ତାରିଖ ସକାଳ ପର୍ଯ୍ୟନ୍ତ ବି ଦକ୍ଷିଣ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ୭ ତାରିଖ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ପଡ଼ିବ। କାଲିଠାରୁ ଉତ୍ତରା ପବନ ରାଜ୍ୟକୁ ସିଧା ବହିବାକୁ ଥିବାରୁ ରାଜ୍ୟରେ ରାତିର ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ।

   Related Posts