୨୯ରୁ ଆହୁରି ବଢିବ ଶୀତ, ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା
28/12/2018 at 2:41 PM

ଭୁବନେଶ୍ବର ୨୮|୧୨: ସାରା ରାଜ୍ୟରେ ଶୀତର ଲହରୀ ଜାରି ରହିଥିବା ବେଳେ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡିଶାର ପାଗ ମେଘୁଆ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ବର୍ଷା ହେଲେ ଶୀତରେ ପ୍ରକୋପ ବଢିବ ।
ଆସନ୍ତା ୨୪ଘଣ୍ଟା ଭିତରେ ଶୀତର ପ୍ରକୋପ ବଢିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତା ୨୯ତାରିଖରୁ ୩୧ ଯାଏଁ ପ୍ରବଳ ଶୀତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୯ରୁ ଜାନୁଆରୀ ୨ ଯାଏଁ ପାରଦ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ଖସିବ। ଉତ୍ତର ଓଡିଶାରେ ଶୀତର ପ୍ରକୋପ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ୫ଟି ସ୍ଥାନରେ ୧୦ ଡିଗ୍ରୀ ତଳେ ରହିଛି ତାପମାତ୍ରା। କେନ୍ଦୁଝରରେ ସର୍ବନିମ୍ନ ତାପମାତ୍ରା ୯.୮ ଡିଗ୍ରୀ ଥିବାବେଳେ ଫୁଲବାଣୀରେ ୧୧.୬ ଡିଗ୍ରୀ ରହିଛି ।