ଛାତ୍ର ସଂସଦ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ,ଶାନ୍ତିଶୃଙ୍ଖଳାର ସହ ଶେଷ କରିବାକୁ କଲେଜ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ

Published By : Prameya-News7 Bureau | October 01, 2018 IST

ଭୁବନେଶ୍ଵର;୦୧/୧୦- ଛାତ୍ର ସଂସଦ ନିର୍ବାଚନ ନେଇ ବାଜିଲା ବିଗୁଲ । ଆଜି ବିଭିନ୍ନ ଶିକ୍ଷାନୁଷ୍ଠାନରେ ବିଜ୍ଞପ୍ତି ପ୍ରକାଶ ପାଇଚି । ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଲିଙ୍ଗଡୋ କମିଶନଙ୍କ ନିୟମ ଲାଗୁ ହୋଇଛି । ଅକ୍ଟୋବର ୧୧ରେ ହେବ ନିର୍ବାଚନ । ୩ ତାରିଖ ପୂର୍ବାହ୍ନ ୯ଟାରୁ ମଧ୍ୟାହ୍ନ ୧୨ଟା ଭିତରେ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିବେ । ଅପରାହ୍ନ ୨ଟାରୁ ୪ଟା ମଧ୍ୟରେ ନାମାଙ୍କନ ଯାଞ୍ଚ ହେବ । ଅକ୍ଟୋବର ୪ରେ ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା । ସେହିଦିନ ଅପରାହ୍ନ ୨ଟାରୁ ୪ଟା ମଧ୍ୟରେ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ଅପରାହ୍ନ ୫ଟାରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ । ୧୦ ତାରିଖରେ ମୁଁ କାହିଁକି ପ୍ରାର୍ଥୀ ହୋଇଛି ବୈଠକ ହେବ । ୧୧ ତାରିଖ ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯିବ । ଅପରାହ୍ନ ୨ଟାରୁ ଭୋଟଗଣତି ଆରମ୍ଭ ହୋଇ ସନ୍ଧ୍ୟା ସୁଦ୍ଧା ଫଳ ପ୍ରକାଶ ପାଇବ । ୧୨ ତାରିଖ ପୂର୍ବାହ୍ନ ୧୧ଟାରେ ବିଜୟୀ ପ୍ରାର୍ଥୀଙ୍କ ଶପଥ ଗ୍ରହଣ ଉତ୍ସବ ହେବ । ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବାକୁ ସମସ୍ତ କଲେଜ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦେଶ ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.