Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ପରଲୋକରେ ବରିଷ୍ଠ ହାସ୍ୟ ଅଭିନେତା ଜିମୂତ ପଟ୍ଟନାୟକ

22/11/2020 at 9:24 AM

କଟକ,୨୨/୧୧: ପରଲୋକରେ ବରିଷ୍ଠ ହାସ୍ୟାଭିନେତା ଜିମୂତ ପଟ୍ଟନାୟକ । ମୃତ୍ୟୁବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ନିମୋନିଆରେ  ଆକ୍ରାନ୍ତ ହୋଇ ପ୍ରାୟ ୧୦ ଦିନ ହେଲା ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

ଚିକିତ୍ସାଧିନ ଅବସ୍ଥାରେ ଶନିବାର ଅପରାହ୍ନରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କ ନିକଟରେ ପତ୍ନୀ ଏବଂ ୨ ଝିଅ ଉପସ୍ଥିତ ଥିଲେ । ତାଙ୍କ ମୃତ୍ୟୁ ଖବର ପାଇ ଅନେକ କଳାକାର ତାଙ୍କର ଶେଷ ଦର୍ଶନ କରିବା ସହିତ ଗଭୀର ଶୋକପ୍ରକାଶ କରିଛନ୍ତି ।

ଜିମୂତ ପଟ୍ଟନାୟକ ନିକଟରେ ସେ ‘ମହାଦେବୀ’ ଧାରାବାହିକରେ ଅଭିନୟ କରୁଥିଲେ । ‘କଥା କହୁଥିଲେ ସରିବନି’, ‘ମା’, ‘ସିନ୍ଦୂର’, ‘ଲକ୍ଷ୍ମୀ ପୁରାଣ’ ଭଳି ବହୁ ଧାରାବାହିକରେ ସେ ଚମତ୍କାର ଅଭିନୟ କରିଥିଲେ। ‘ଲକ୍ଷ୍ମୀପୁରାଣ’ରେ ନାରଦ ଚରିତ୍ରରେ ତାଙ୍କର ଜୀବନ୍ତ ଅଭିନୟ ଏବେ ବି ଲୋକଙ୍କ ହୃଦୟରେ ସାଇତା ହୋଇ ରହିଛି ।

ହାସ୍ୟ ଅଭିନେତା ଜିମୂତ ୧୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରି ସଫଳତା ହାସଲ କରିଥିଲେ । ସେ ବନ୍ଧୁ ବିଶିଷ୍ଟ ନିର୍ଦ୍ଦେଶକ ହରିଶ ମହାନ୍ତିଙ୍କର ପ୍ରତ୍ୟେକ ଧାରାବାହିକରେ ଅଭିନୟ କରିଥିଲେ । ଏକାଠି ଦୁହେଁ ଅନ୍ନପୂର୍ଣ୍ଣା ବି ଗ୍ରୁପରେ ଅଭିନୟ କରିବା ସହିତ ମଞ୍ଚ ନାଟକରେ ଅଭିନୟ କରି ଲୋକପ୍ରିୟ ହୋଇପାରିଥିଲେ । ନାଟକ ‘ସମାଧାନ’, ‘ଲଙ୍କାପୁରର କାହାଣୀ’ ଇତ୍ୟାଦି ଶତାଧିକ ନାଟକରେ ଅଭିନୟ କରିଥିଲେ । କେବଳ କମେଡି ନୁହେଁ ଅନେକ ନାଟକ ଏବଂ ଧାରାବାହିକରେ ଭଲ ଚରିତ୍ରରେ ଅଭିନୟ କରି ସମସ୍ତଙ୍କ ମନ ଜିଣି ନେଇଥିଲେ । ପୁଲିସ ବିଭାଗରେ ଚାକିରି କରି ଅବସର ନେବା ପରେ ବି ସେ ତାଙ୍କର ଅଭିନୟ ଜାରି ରଖିଥିଲେ । ତାଙ୍କ ପରଲୋକରେ ଓଲିଉଡ୍‌ ଜଗତରେ ଶୋକର ଛାୟା ଖେଳିଯାଇଛି ।

   Related Posts