Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଟ୍ବିନ୍ ସିଟିରେ ଦୀପାବଳିକୁ ସୁରକ୍ଷିତ ଓ ଶାନ୍ତି ଶୃଙ୍ଖଳାରେ ପାଳନ କରିବାକୁ ଉଭୟ କମିଶନରେଟ ପୋଲିସ ଓ ଅଗ୍ନିଶମ ବିଭାଗ ପକ୍ଷରୁ କଡା ପଦକ୍ଷେପ

7/11/2018 at 10:33 AM

ଭୁବନେଶ୍ବର ୭|୧୧:   ଟ୍ବିନ୍ ସିଟିରେ ଦୀପାବଳିକୁ ସୁରକ୍ଷିତ ଓ ଶାନ୍ତି ଶୃଙ୍ଖଳାରେ ପାଳନ କରିବାକୁ ଉଭୟ କମିଶନରେଟ ପୋଲିସ ଓ ଅଗ୍ନିଶମ ବିଭାଗ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି । ସହରରେ ୪ଟି ଅସ୍ଥାୟୀ ଦମକଳ କେନ୍ଦ୍ର ସହ ୧୦୦ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି । ଏଥିସହ ଜରୁରୀକାଳୀନ ସେବା ପାଇଁ ମିଷ୍ଟ ବାଇକ୍ ମଧ୍ୟ ପ୍ରସ୍ତୁତ ହୋଇ ରହିଛି । ସେହିଭଳି ସୁରକ୍ଷା ଦୃଷ୍ଟିରୁ ବିଭିନ୍ନ ଛକରେ ୨୫ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହେବେ । ସୁପ୍ରିମକୋର୍ଟଙ୍କ ଗାଇଡଲାଇନ୍ ଅନୁଯାୟୀ ଦୀପାବଳି ପାଳନ ପାଇଁ ଲୋକଙ୍କୁ ଅନୁରୋଧ କରିଛନ୍ତି ପୋଲିସ କମିଶନର ସତ୍ୟଜିତ୍ ମହାନ୍ତି । ଗୋଟିଏ ଜାଗାରେ ଏକାଠି ହୋଇ ରାତି ୮ଟାରୁ ୧୦ଟା ପର୍ଯ୍ୟନ୍ତ ବାଣ ଫୁଟାଇବାକୁ ପରାମର୍ଶ ଦିଆଯାଇଛି । ଏଥି ସହ ସମସ୍ତଙ୍କ ଦୀପାବଳି ଭଲରେ କଟୁ ବୋଲି ପୋଲିସ କମିଶନର ଶୁଭ କାମନା ଜଣାଇଛନ୍ତି ।

   Related Posts