Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ରାଜଧାନୀରେ ନାବାଳିକା ଗଣଦୁଷ୍କର୍ମ ମାମଲା: ୪୮ ଘଣ୍ଟା ଭିତରେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଆୟୋଗଙ୍କ ନୋଟିସ୍, ପୋଲିସ କହିଲା-ତଦନ୍ତ ଚାଲିଛି

10/09/2020 at 3:24 PM

ଭୁବନେଶ୍ଵର ୧୦।୦୯:  ରାଜଧାନୀରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ଏବେ ମଧ୍ୟ ପୋଲିସ ହାତ ଖାଲି। ସପ୍ତାହରୁ ଅଧିକ ଦିନ ପରେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରିନି। ଅନ୍ୟପଟେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ କମିଶନରେଟ୍ ପୋଲିସ ଉପରେ ଗିରଫଦାରୀ ନେଇ ଚାପ ବଢିବାରେ ଲାଗିଛି। ଏହି କ୍ରମରେ ଭୁବନେଶ୍ଵର ଡିସିପି ଉମାଶଙ୍କର ଦାସ  ପ୍ରତିକ୍ରିୟା ଦେଇଛନ୍ତି।

ସେ କହିଛନ୍ତି ମାମଲାରେ ଗମ୍ଭୀରତାର ସହ ପୋଲିସ ତଦନ୍ତ କରୁଛି ବୋଲି ସେ କହିଛନ୍ତି। ସ୍ଵତନ୍ତ୍ର ତଦନ୍ତକାରୀ ଟିମ୍ ବିଭିନ୍ନ ତଥ୍ୟ ସଂଗ୍ରହ କରୁଛନ୍ତି । ଏ ଯାଏ ସମସ୍ତ ଅଭିଯୁକ୍ତଙ୍କ ପାଖରେ ପୋଲିସ ପହଞ୍ଚି ପାରିନି। ଅପରପକ୍ଷେ ଭୁବନେଶ୍ୱର ନାବାଳିକା ଦୁଷ୍କର୍ମ ମାମଲାର ୭ ଅଭିଯୁକ୍ତଙ୍କୁ ଗିରଫ କରିବାକୁ କମିଶନରେଟ୍ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ । ୪୮ ଘଣ୍ଟା ଭିତରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଆକ୍ସନ ଟେକେନ ରିପୋର୍ଟ ଦେବାକୁ ଭୁବନେଶ୍ଵର ଡିସିପିଙ୍କୁ କମିଶନ ନୋଟିସ କରିଛନ୍ତି।

ଏହା ଉପରେ ଡିସିପି କହିଛନ୍ତି, ଆମକୁ ଯାହା ନିର୍ଦ୍ଦେଶ ଆସିବ ପାଳନ କରିବୁ, ରିପୋର୍ଟ ଦେବା ପାଇଁ କହିଲେ ଦବୁ । ଏହି ମାମଲାରେ କିଛି ଅଭିଯୁକ୍ତଙ୍କ ପରିଚୟ ଚିହ୍ନଟ ହୋଇଛି । ସାକ୍ଷୀ ମାନଙ୍କ ବୟାନ ରେକର୍ଡ ହୋଇଛି । ନାବାଳିକାଙ୍କ ମାଆଙ୍କ ଅଭିଯୋଗ ଅନୁସାରେ ତଦନ୍ତ ଚାଲିଛି । ତଦନ୍ତ ଚାଲିଥିବାରୁ କାହାରି ପରିଚୟ ପ୍ରଘଟ କରିବା ଠିକ ହେବନାହିଁ ବୋଲି ଭୁବନେଶ୍ବର ଡିସିପି କହିଛନ୍ତି ।

   Related Posts