Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସଚିନ୍ ପାଇଲଟ୍‌ଙ୍କ ଫୁସଫୁସରେ ସଂକ୍ରମଣ, ଆଜି ଆସିବ ଟେଷ୍ଟ ରିପୋର୍ଟ
  • ||
  • ବରିଷ୍ଠ ବିଜେପି ନେତାଙ୍କ ବିବାଦୀୟ ବୟାନ୍-‘ମୁସଲମାନ୍ ପ୍ରାର୍ଥୀଙ୍କୁ କେବେ ବି ଦେବୁନି ଟିକେଟ୍’
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୧୮ କରୋନା ସଂକ୍ରମିତ, ୩୧୮୭୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆଜି ପ୍ରଧାନମନ୍ତ୍ରୀଙ୍କ ‘ଟିକା’ ସମୀକ୍ଷା, ଭ୍ୟାକସିନ୍ ବିକାଶରେ ଲାଗିଥିବା ୩ କମ୍ପାନୀ ସହ ଆଲୋଚନା
  • ||
  • ଆସନ୍ତାକାଲିଠୁ ପ୍ରସିଦ୍ଧ କୋଣାର୍କ ମହୋତ୍ସବ: କୋଭିଡ଼ କଟକଣା ମଧ୍ୟରେ ପାଳିତ ହେବ ଉତ୍ସବ
  • ||
  • ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ଡଙ୍ଗା ଭସା ଉପରେ ରୋକ , କୋଭିଡ କଟକଣା ଯୋଗୁଁ ଉତ୍ସବ ଫିକା
  • ||
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||

ବିଷାକ୍ତ ଗ୍ୟାସ୍ ଲିକ୍ ଘଟଣା ପରେ ଚିଙ୍ଗୁଡି ଫ୍ୟାକ୍ଟ୍ରିହେଲା ସିଲ୍ , ୬ଅଟକ

14/11/2019 at 10:18 AM

ବାଲେଶ୍ବର ୧୪।୧୧ : ବାଲେଶ୍ବରରେ ଫାଲକନ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ବିଷାକ୍ତ ଗ୍ୟାସ୍ ଲିକ୍ ଘଟଣାରେ ଜିଲ୍କା ପ୍ରଶାସନ କାର୍ଯ୍ୟାନୁଷ୍ଠାନ ନେଇ କମ୍ପାନୀକୁ ସିଲ୍ କରିବା ସହ ୬ ଜଣଙ୍କୁ ଅଟକ ରଖିଛି ପୋଲିସ । ସେପଟେ ବର୍ତ୍ତମାନ ଅସୁସ୍ଥଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ରହିଛି । ସନ୍ଧ୍ୟା ସୁଦ୍ଧା ସମସ୍ତଙ୍କୁ ଘରକୁ ପଠାଯିବା ସହ ଘଟଣାର ତଦନ୍ତ ପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ ସୂଚନା ଦେଇଛନ୍ତି ।

ବାଲେଶ୍ୱର ଖନ୍ତାପଡ଼ାଠାରେ ଫାଲକନ ମେରାଇନର ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ୍ ହେବାରୁ ପ୍ରାୟ ୧୦୦ ରୁ ଅଧିକ ଜଣ ଆହତ ହୋଇପଡିଥିଲେ । ଅସୁସ୍ଥଙ୍କୁ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅସୁସ୍ଥଙ୍କ ମଧ୍ୟରେ ଅଧିକାଂଶ ଥିଲେ ଯୁବତୀ ଓ ମହିଳା । ତେବେ କ୍ଲୋରିନ ଗ୍ୟାସ ଲିକ୍ ହୋଇଥିବା ସନ୍ଦେହ କରାଯାଉଛି । ଗତକାଲି ରାତି ପ୍ରାୟ ୮ ଟା ସମୟରେ ପ୍ଲାଣ୍ଟରେ ଶ୍ରମିକମାନେ କାମ କରୁଥିବା ବେଳେ ହଠାତ କର୍ମଚାରୀମାନେ ମୁଣ୍ଡ ବୁଲାଇ ଅଚେତ ହୋଇ ପଡିଥିଲେ। କିଛି ଅସୁସ୍ଥଙ୍କର ବାନ୍ତି ମଧ୍ୟ ହୋଇଥିଲା।  ସଙ୍ଗେସଙ୍ଗେ ଆମ୍ବୁଲାନ୍ସ ଏବଂ କମ୍ପାନୀ ବସ ଯୋଗେ ଖନ୍ତାପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ଏସପି , ସିଡ଼ିଏମଓ, ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଗୁରୁତରଙ୍କ ଅବସ୍ଥା ବୁଝିଥିଲେ । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଏଭଳି ଘଟଣାରେ କମ୍ପାନୀର ୬ ଜଣ ସୁପରଭାଇଜରଙ୍କୁ ପୋଲିସ ଅଟକ ରଖିବା ସହ ଅଧିକ ତଦନ୍ତ ଜାରି ରଖିଛି ।

   Related Posts