Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

8/12/2019 at 12:04 PM

ନୂଆଦିଲ୍ଲୀ ୦୮।୧୨: ନୂଆଦିଲ୍ଲୀର  ରାଣୀ ଝାନ୍ସି ରୋଡରେ ଶସ୍ୟ ମଣ୍ଡିରେ ଭୀଷଣ ଅଗ୍ନିକାଣ୍ଡ ଘଟଣା । ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ୧୦ଲକ୍ଷ ଲେଖାଏଁ ଟଙ୍କା ସହ ଆହତ ଥିବା ବ୍ୟକ୍ତିଙ୍କୁ ୧ଲକ୍ଷ ଲେଖାଏଁ କ୍ଷତିପୂରଣ ଦେବାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଦିଲ୍ଲୀର ରାଣୀ ଝାନ୍ସି ରୋଡରେ ଥିବା ଏକ ଶସ୍ୟ ମଣ୍ଡିରେ ଆଜି ସକାଳ ସମୟରେ ନିଆଁ ଲାଗିଯାଇଥିଲା । ତିନି ମହଲା ବିଶିଷ୍ଟ ଏହି କୋଠାରେ ଲୋକ ଶୋଇଇଥିବା ସମୟରେ ନିଆଁ ଲାଗିବା ଦ୍ବାରା ନିଆଁର ଧୂଆଁରେ ଶ୍ବାସ ନେବାରେ ଅସୁବିଧା ହେବା ଓ ନିଆଁରେ ପୋଡି ହୋଇ ୪୩ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ନିଆଁରେ ପୋଡି ହୋଇ ୧୫ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ତେବେ ଅଗ୍ନିକାଣ୍ଡରୁ ସମସ୍ତଙ୍କୁ ଉଦ୍ଧାର କରିବା ପାଇଁ ଘଟଣାସ୍ଥଳରେ ୩୦ଟି ଦମକଳ ଗାଡି ନିୟୋଜିତ ରହିଛି । ତିନିମହଲାରେ ଫସି ରହିଥିବା ଲୋକଙ୍କ ମଧ୍ୟ ଉଦ୍ଧାର କାର୍ଯ୍ୟରେ ଅଗ୍ନିଶମ ବାହିନୀ ନିୟୋଜିତ ରହିଛନ୍ତି ।

   Related Posts