Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଜିଲ୍ଲା କୃଷି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର, ପ୍ରଦୀପ କୁମାରଙ୍କ ନାଁରେ ଥିଲା ଦୁର୍ନୀତି ଅଭିଯୋଗ

17/08/2020 at 2:00 PM

ଭୁବନେଶ୍ୱର ୧୭।୦୩ : ଦୁର୍ନୀତି ଖୋର ଅଧିକାରୀଙ୍କ ପ୍ରତି ରାଜ୍ୟ ସରକାରଙ୍କ ପକ୍ଷରୁ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଏହିପ୍ରରିପେକ୍ଷୀରେ ଆଜି ପୂର୍ବତନ କୋରାପୁଟ ଜିଲ୍ଲା କୃଷି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସଂପୃକ୍ତ କୃଷି ଅଧିକାରୀ ପ୍ରଦୀପ କୁମାର ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ପ୍ରଦୀପ କୁମାରଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଥିଲା, ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି ।

ଜୁଲାଇ ୨ରେ ପ୍ରଦୀପ କୁମାରଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆସିଥିଲା । ଯାହାପରେ  ଭିଜିଲାନ୍ସ ଛାନ୍‌ଭିନ୍‌ ଆରମ୍ଭ କରିଥିଲା । ସେହିପରି ସେଦିନ ଭୁବେନଶ୍ୱରରୁ ୧୧ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ଗିରଫ ହୋଇଥିଲେ ପ୍ରଦୀପ । ଏହି ମାମଲାରେ ଗିରଫ ହୋଇ ଜେଲ୍‌ ଯାଇଥିଲେ ପ୍ରଦୀପ ମହାନ୍ତି । ପ୍ରଦୀପଙ୍କର ମୋଟ ୩.୫ କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଥିଲା । ସେବେଠାରୁ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିଲା । ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

   Related Posts