Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ଦୁର୍ନୀତିଗ୍ରସ୍ତଙ୍କ ଚାକିରି ଗଲା ; ଜେଲ୍‌ ଡିଆଇଜିଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

5/01/2021 at 2:42 PM

ଭୁବନେଶ୍ୱର ୦୫।୦୧:  ଚାକିରିରୁ ବିଦା ହେଲେ ୭ ଅଧିକାରୀ । ଜେଲ୍‌ ଡିଆଇଜିଙ୍କ ସମେତ ୭ଜଣ ଅଫିସରଙ୍କୁ ଚାକିରିରୁ ବିଦା କରିଛନ୍ତି ରାଜ୍ୟ ସରକାର । ଦୁର୍ନୀତି ଓ ଅପାରଗତ ଯୋଗୁଁ ବିଦା ହୋଇଛନ୍ତି ଏହି ସମସ୍ତ ଅପିସର । ରାଜ୍ୟ ସରକାର ଏହି ଅଧିକାରୀମାନଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।   

ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦାସର୍ବଦା ଦୁର୍ନୀତି ଓ ଅପାରଗତା ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଥାନ୍ତି । । ଏହି ପରିପ୍ରେକ୍ଷୀରେ ଏହି ୭ଜଣ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ତେବେ ଚାକିରି ବିଦା ହୋଇଥିବା ଅଫିସରଙ୍କ ମଧ୍ୟରେ ଜଣେ ଜେଲ୍‌ ଡିଆଇଜି,  ଜଣେ କମାଣ୍ଡାଣ୍ଟ, ଜଣେ DSP, ଜଣେ ଡେପୁଟି କମାଣ୍ଡାଣ୍ଟ ରହିଛନ୍ତି  । ସେହିପରି ଆଉ ୨ ଜଣ ଖଣି ଅଧିକାରୀ ଓ ଜଣେ CDPO ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ଏହାପୂର୍ବରୁ ୬ଜଣଙ୍କ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ବର୍ଷକ ମଧ୍ୟରେ ୧୦୪ଜଣଙ୍କୁ ଚାକିରିରୁ ବିଦା କରିସାରିଛନ୍ତି ରାଜ୍ୟ ସରକାର । ସମସ୍ତଙ୍କ ବିରୋଧରେ ଦୁର୍ନୀତି ଓ ଅପରାଗତ ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର ।

   Related Posts