Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ରାଜ୍ୟରେ ନୂଆ ଥାନା ଓ ଫାଣ୍ଡି ଖୋଲିବା ନେଇ ବିଧାନସଭାରେ ଉଦବେଗ, ରୁଲିଂ ଦେଲେ ବାଚସ୍ପତି

6/09/2021 at 11:30 AM

ଭୁବନେଶ୍ବର ୬।୯: ରାଜ୍ୟରେ ନୂଆ ଥାନା ଓ ଫାଣ୍ଡି ଖୋଲିବା ନେଇ ବିଧାନସଭାରେ ଉଦବେଗ । ୬୮ଟି ନୂଆ ଥାନା, ୧୦୩ଟି ଫାଣ୍ଡି ଓ ୩ ଥାନାର ନବୀକରଣ କରିବା ପାଇଁ ୬୦ ଜଣ ବିଧାୟକ ପ୍ରସ୍ତାବ ଦେଇଥିଲେ । ବାଚସ୍ପତିଙ୍କ ରୁଲିଂ ଏବଂ ବିଧାୟକମାନଙ୍କ ପ୍ରସ୍ତାବ ପରେ ବି ଏହା କାର୍ଯ୍ୟକାରୀ ହେଉ ନଥିବାରୁ ଗୃହରେ ଉଦବେଗ ପ୍ରକାଶ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ।

ସେପଟେ ନୟାଗଡ଼ ରଣପୁରର ଶାସକ ଦଳ ବିଧାୟକ ସତ୍ୟ ନାରାୟଣ ପ୍ରଧାନ ମଧ୍ୟ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନେଇ ଉଦବେଗ ପ୍ରକାଶ କରିଛନ୍ତି । ପ୍ରଶ୍ନକାଳରେ ସେ କହିଛନ୍ତି ରାଜ୍ୟରେ ଥାନା ଓ ଫାଣ୍ଡିର ଅଭାବ । ଅସାମାଜିକ କାର୍ଯ୍ୟ କଳାପ ବୃଦ୍ଧି ପାଉଛି । ଆଇନ ଶୃଙ୍ଖଳା ପରିସ୍ଥିତି ବିଗୁଡୁଛି ବୋଲି ସେ କହିଛନ୍ତି ।

ରାଜ୍ୟରେ ଥାନା ଓ ଫାଣ୍ଡି ଖୋଲିବା ନେଇ ଗୃହରେ ବିଧାୟକଙ୍କ ଉଦବେଗକୁ ଦେଖି ବାଚସ୍ପତିଙ୍କ ରୁଲିଂ । ପୋଲିସ ଡ଼ିଜି, ଡିଆଇଜି କ୍ରାଇମବ୍ରାଞ୍ଚ ଓ ଗୃହ ସଚିବଙ୍କୁ ଡାକି ଆଲୋଚନା କରନ୍ତୁ । ଆଜିର ପ୍ରଶ୍ନକାଳ ସରିବା ପରେ ବୈଠକ ଡାକି ଆଲୋଚନା କରନ୍ତୁ । ଆଉ ଏ ନେଇ ଗୃହରେ ଏକ ବିବୃତି ରଖନ୍ତୁ ବୋଲି ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି ।

   Related Posts