କୁନ୍ନୁର ସେନା ହେଲିକପ୍ଟର ଦୁର୍ଘଟଣା ନେଇ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ : ଗୃହରେ ୧ ମିନିଟ୍ ନୀରବ ପ୍ରାର୍ଥନା

Published By : Prameya-News7 Bureau | December 09, 2021 IST

ଭୁବନେଶ୍ବର ୯।୧୨: କୁନ୍ନୁରରେ ବାୟୁସେନା ହେଲିକାପ୍ଟର କ୍ରାସ୍ ଘଟଣାରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ।ସିଡିଏସ୍ ବିପିନ୍ ରାୱତ ଏବଂ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ଅନ୍ୟ ୧୧ ଜଣ ସେନା ଅଧିକାରୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ।

{"id":556728,"sizeSlug":"full","linkDestination":"none"}

ଶୋକ ପ୍ରସ୍ତାବକୁ ସମର୍ଥନ କଲେ ବିଜେପି ବିଧାୟକ ମୋହନ ମାଝୀ । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମଧ୍ୟ ସମର୍ଥନ ଜଣାଇଲେ ।

{"id":556729,"sizeSlug":"full","linkDestination":"none"}

ଗୃହରେ ବାଚସ୍ପତିଙ୍କ ସମେତ ସମସ୍ତ ସଦସ୍ୟ ଏକ ମିନିଟ୍ ପର୍ଯ୍ୟନ୍ତ ନୀରବ ପ୍ରାର୍ଥନା କରିଥିଲେ । ଗୃହରେ ଦୁଃଖ ପ୍ରକାଶ କଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ୧୩ ଜଣଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ମୋହନ ମାଝୀ । ଶୋକ ପ୍ରସ୍ତାବ ଆଗତ ପରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ରଖିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.