‘ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ ବଡ କ୍ଷତି’, ସୁବାଷ ଚୌହ୍ୱାନଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

Published By : Prameya-News7 Bureau | May 10, 2020 IST

ଭୁବନେଶ୍ୱର, ୧୦|୦୫:   ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାଷ ଚୌହ୍ୱାନଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କର ଅକାଳ ବିୟୋଗ ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ ଏକ ବଡ କ୍ଷତି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଶ୍ରୀଯୁକ୍ତ ସୁବାଷ ଚୌହ୍ୱାନଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସୁବାଷ ଭାଇଙ୍କ ସହ ଦୀର୍ଘ ବର୍ଷ ଧରି କାମ କରିବାର ଅନେକ ସ୍ମୃତି ମୋ ପାଖରେ ଅଛି । ତାଙ୍କର ଅକାଳ ବିୟୋଗ ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ ଏକ ବଡ କ୍ଷତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.