ଉପ ନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା, ତିର୍ତ୍ତୋଲରୁ ଲଢିବେ ହିମାଂଶୁ ଭୂଷଣ ଓ ବାଲେଶ୍ୱରରୁ ମମତା କୁଣ୍ଡୁ

Published By : Prameya-News7 Bureau | October 12, 2020 IST

ଭୁବନେଶ୍ୱର,୧୨|୧୦:   ତିର୍ତ୍ତୋଲ ଓ ବାଲେଶ୍ୱର ଉପ ନିର୍ବାଚନ ପାଇଁ ରାଜନୀତି ସରଗରମ  ହେବାରେ ଲାଗିଛି । ପ୍ରଥମେ ବିଜେପି ଓ ବିଜେଡି ପରେ ଏବେ କଂଗ୍ରେସ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକ ଓ ବାଲେଶ୍ୱରରୁ ମମତା କୁଣ୍ଡୁଙ୍କୁ ପ୍ରାର୍ଥୀ କରିଛି ଦଳ ।

ପୂର୍ବରୁ ବିଜେପି ଓ ବିଜେଡି ନିଜର ପ୍ରାର୍ଥୀଙ୍କ ନାଁ ଘୋଷଣା କରିସାରିଛନ୍ତି । ରବିବାର ବିଜେପି ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିବା ବେଳେ ସୋମବାର ବିଜେଡି ଦଳୀୟ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା । ବାଲେଶ୍ୱର ସଦରରୁ ମାନସ ଦତ୍ତ ଓ ତିର୍ତ୍ତୋଲ ଆସନରୁ ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା ବିଜେପି । ସେହିପରି ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ସଦରରୁ ସ୍ୱରୁପ କୁମାର ଦାସ ଓ ତିର୍ତ୍ତୋଲ ଆସନରୁ ବିଜୟ ଶଙ୍କର ଦାସଙ୍କୁ ପ୍ରାର୍ଥୀ କରାଯାଇଛି।

ସୂଚନାଯୋଗ୍ୟ, ଆସନ୍ତା ଅକ୍ଟୋବର ୧୬ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଅକ୍ଟୋବର ୧୭ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୯ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହରର ଶେଷ ତାରିଖ ରହିଛି । ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ ଭୋଟ୍ ଗ୍ରହଣ କରାଯିବ । ନଭେମ୍ବର ୧୦ ତାରିଖରେ ହେବ ଭୋଟ୍ ଗଣତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.