Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସଚିନ୍ ପାଇଲଟ୍‌ଙ୍କ ଫୁସଫୁସରେ ସଂକ୍ରମଣ, ଆଜି ଆସିବ ଟେଷ୍ଟ ରିପୋର୍ଟ
  • ||
  • ବରିଷ୍ଠ ବିଜେପି ନେତାଙ୍କ ବିବାଦୀୟ ବୟାନ୍-‘ମୁସଲମାନ୍ ପ୍ରାର୍ଥୀଙ୍କୁ କେବେ ବି ଦେବୁନି ଟିକେଟ୍’
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୧୮ କରୋନା ସଂକ୍ରମିତ, ୩୧୮୭୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆଜି ପ୍ରଧାନମନ୍ତ୍ରୀଙ୍କ ‘ଟିକା’ ସମୀକ୍ଷା, ଭ୍ୟାକସିନ୍ ବିକାଶରେ ଲାଗିଥିବା ୩ କମ୍ପାନୀ ସହ ଆଲୋଚନା
  • ||
  • ଆସନ୍ତାକାଲିଠୁ ପ୍ରସିଦ୍ଧ କୋଣାର୍କ ମହୋତ୍ସବ: କୋଭିଡ଼ କଟକଣା ମଧ୍ୟରେ ପାଳିତ ହେବ ଉତ୍ସବ
  • ||
  • ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ଡଙ୍ଗା ଭସା ଉପରେ ରୋକ , କୋଭିଡ କଟକଣା ଯୋଗୁଁ ଉତ୍ସବ ଫିକା
  • ||
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||

ନିର୍ବାଚନ ପରିଚାଳନା ଠିକ୍‌ରେ କରିପାରିନଥିବାରୁ ପଦ ଛାଡ଼ିଲେ ବରିଷ୍ଠ କଂଗ୍ରେସ ନେତା ଜଗନ୍ନାଥ ପଟ୍ଟନାୟକ

22/05/2019 at 3:48 PM

ସମ୍ବଲପୁର ୨୨|୫: ଆସନ୍ତାକାଲି ନିର୍ବାଚନ ଫଳ ପ୍ରକାଶ ପାଇବାକୁ ଥିବା ବେଳେ ଆଜି ପିସିସି ସମନ୍ୱୟ କମିଟି ଆବାହକ ଓ ନିର୍ବାଚନ କମିଟି ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଜଗନ୍ନାଥ ପଟ୍ଟନାୟକ। ନିର୍ବାଚନ ପ୍ରସ୍ତୁତି ଓ ପରିଚାଳନାଗତ ତ୍ରୁଟି ଅଭିଯୋଗ ଆଣି ସେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁରରେ ଏକ ସାମ୍ବାଦିକ ସମ୍ମିଳନୀ କରି ସେ ଦଳର ବିଭିନ୍ନ ପଦ ପଦବୀରୁ ଇସ୍ତଫା ଦେଇଥିବା ଘୋଷଣା କରିଛନ୍ତି।

ପଦ ଛାଡ଼ିବା ସହିତ ସେ ଦଳର ରାଜ୍ୟ ନେତୃତ୍ୱଙ୍କ ବିରୋଧରେ ବିଷୋଦଗାର କରିଛନ୍ତି।ଜଗନ୍ନାଥ କହିଛନ୍ତି,“ଚଳିତ ନିର୍ବାଚନରେ ରାଜ୍ୟ କଂଗ୍ରେସ ଜାଣିଶୁଣି ଖରାପ ପ୍ରଦର୍ଶନ କରିବାକୁ ଯାଉଛି। ରାଜ୍ୟ ନେତୃତ୍ୱ ପ୍ରଚାରରେ ଅବହେଳା କରିବା ସହ ତ୍ରୁଟିପୂର୍ଣ୍ଣ ରଣନୀତି ଆପଣାଇଥିଲା।”

ସେ ଆହୁରି କହିଛନ୍ତି,“କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ ଦଳ ଯେପରି ଆଗକୁ ବଢ଼ିଥାନ୍ତା, ରାଜ୍ୟରେ ତାହା କରାଇ ଦିଆଗଲା ନାହିଁ। ସାଙ୍ଗଠନିକ ସ୍ଥିତି, ନିର୍ବାଚନ ପ୍ରସ୍ତୁତି ଓ ଟିକେଟ ବଣ୍ଟନ ପ୍ରକ୍ରିୟାରେ ସମନ୍ୱୟର ଘୋର ଅଭାବ ଦେଖିବାକୁ ମିଳିଥିଲା। ତେଣୁ ଦଳର ପ୍ରଦର୍ଶନ ଭଲ ହେବ ନାହିଁ।”

   Related Posts