Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ବିଜେଡି-ବିଜେପି ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ଵ : କଂଗ୍ରେସ ଶୃଙ୍ଖଳା କମିଟି ଅଧ୍ୟକ୍ଷ

4/11/2021 at 3:55 PM

ଭୁବନେଶ୍ବର ୧୧: ତୈଳ ଦର ହ୍ରାସ ନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ବାଚସ୍ପତି ତଥା କଂଗ୍ରେସ ଶୃଙ୍ଖଳା କମିଟି ଅଧ୍ୟକ୍ଷ କିଶୋର ଚନ୍ଦ୍ର ପଟେଲ । ଉପନିର୍ବାଚନ ଫଳାଫଳ ଯୋଗୁଁ ତେଲ ଦର କମାଇବାକୁ ବାଧ୍ୟ ହୋଇଛନ୍ତି କେନ୍ଦ୍ର ସରକାର । ବିଜେଡି-ବିଜେପି ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ଵ । ମିଳିମିଶି ଦର ବଢାଉଛନ୍ତି। ସେମାନେ ବୁଝିଲେଣି ଜନମତ ତାଙ୍କ ବିରୋଧରେ ଯାଉଛି। ଏପଟେ କଂଗ୍ରେସ ଧୀରେ ଧୀରେ ଲୋକଙ୍କ ବିଶ୍ବାସ ଭାଜନ ହେଉଛି।

ଅନ୍ୟପଟେ କଂଗ୍ରେସ ଦଳର ସାମ୍ପ୍ରତିକ ପରିସ୍ଥିତିରେ ଶୃଙ୍ଖଳାର ଅଧିକ ଆବଶ୍ୟକ ରହିଛି ବୋଲି କିଶୋର ଚନ୍ଦ୍ର ପଟେଲ କହିଛନ୍ତି । ସୋନିଆ ଜୀ ଶୃଙ୍ଖଳା ଉପରେ ଗୁରୁତ୍ବ ଦେଉଛନ୍ତି । ବିଧାୟକଙ୍କଠାରୁ ଆରମ୍ଭ କରି ସାଧାରଣ କର୍ମୀ ଯେକେହି ବି ବିଶୃଙ୍ଖଳିତ ହେବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। କଂଗ୍ରେସ ଦଳ ଖରାପ ପରିସ୍ଥିତି ଦେଇ ଗତି କରୁଛି । କଂଗ୍ରେସ ନାଁରେ ଅପବାଦ ଅଛି ବିଶୃଙ୍ଖଳିତ ଆଚରଣ ପାଇଁ । ଏ ଅପବାଦକୁ ହଟେଇବା ଆମ ଦାୟିତ୍ବ । ପ୍ରଭାରୀ ମଧ୍ୟ ଏନେଇ ସମସ୍ତଙ୍କୁ ଚେତାବନୀ ଦେଇଛନ୍ତି ବୋଲି କିଶୋର କହିଛନ୍ତି ।

   Related Posts