Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

ତାରା ଗର୍ଜିଲେ, ଦେଲେ ଚେତାବନୀ : ‘ସ୍କୁଲ ବନ୍ଦ ହେଲେ ବିଧାନସଭାରେ ମୁଁ ମୋ ବେକ କାଟି ଜୀବନ ହାରିବି’

21/11/2020 at 2:13 PM

ଭୁବନେଶ୍ବର ୨୧।୧୧: ରାଜ୍ୟରେ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ ବନ୍ଦ କରିବା ନିଷ୍ପତ୍ତି ନବଦଳାଇଲେ ଆତ୍ମହତ୍ୟା କରିବି ବୋଲି କଂଗ୍ରେସ ନେତା ତାରା ବାହିନୀପତି ଧମକ ଦେଇଛନ୍ତି । ସେ ବିଧାନସଭା ଭିତରେ ନିଜ ବେକ କାଟି ଆତ୍ମହତ୍ୟା କରିବେ ବୋଲି ତାରା କହିଛନ୍ତି । ସେ ବାଚସ୍ପତିଙ୍କୁ ଏକଥା ଜଣାଇ ଦେଇଛନ୍ତି ବୋଲି ତାରା କହିଛନ୍ତି । ସ୍କୁଲ କାହିଁକି ବନ୍ଦ ହେବ ବୋଲି ସେ ପ୍ରଶ୍ନ କରିଛନ୍ତି । ସରକାର ଏଥିପ୍ରତି ବିଚାର ବିମର୍ଷ କରନ୍ତୁ, ନଚେତ୍ ପିଲାଙ୍କ ଭବିଷ୍ୟତ ଅନ୍ଧାରକୁ ପଳାଇବା ।

କମ୍ ପିଲା ଥିବା ସ୍କୁଲ ବନ୍ଦ ପ୍ରସଙ୍ଗକୁ ଗୃହରେ ବିରୋଧ କରିଛି କଂଗ୍ରେସ । ପାହାଡିଆ ଅଞ୍ଚଳରେ ସ୍କୁଲ ବନ୍ଦ ହେଲେ ନଦୀ ପାହାଡ ଡେଇଁ ଯିବାକୁ ପଡିବ । ଫଳରେ ଯେତିକି ପିଲା ଅଛନ୍ତି ସେମାନେ ଡ୍ରପ୍ ଆଉଟ୍ ହେବେ । ପିଲାମାନଙ୍କୁ ଅଶିକ୍ଷିତ କରିବା ପାଇଁ ସରକାର ଯୋଜନା କରୁଛନ୍ତି । ଯିଏ ବି ଏହି ନିଷ୍ପତ୍ତି ନେଇଛନ୍ତି ପୁନର୍ବିଚାର କରନ୍ତୁ । ନହେଲେ କେବିକେ ଅଞ୍ଚଳରେ ଆନ୍ଦୋଳନ କରିବୁ । ସରକାର ଏଥିପାଇଁ ଦାୟୀ ରହିବେ । ରାଜ୍ୟରେ ବ୍ରିଟିଶ ରାଜ ଚାଲିଛି କହି ତାରା ସମାଲୋଚନା କରିଛନ୍ତି । ବାଚସ୍ପତି ତୁରନ୍ତ ରୁଲିଂ ଦିଅନ୍ତୁ । ସରକାର ପଦକ୍ଷେପ ନିଅନ୍ତୁ ବୋଲି ତାରା କହିଛନ୍ତି ।

ଅନ୍ୟପଟେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ କହିଛନ୍ତି ସ୍କୁଲ ବନ୍ଦ କରିବା ନୁହେଁ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ସରକାରଙ୍କ ଲକ୍ଷ୍ୟ । ରାଜ୍ୟରେ ୭୭୭୨ଟି ସ୍କୁଲ ବନ୍ଦ କରିବା ପାଇଁ ପ୍ରସ୍ତାବ ରହିଛି । ୧୪ ହଜାର ସ୍କୁଲ ନୁହେଁ ଉଭୟ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମିଶି ୭୭୭୨ଟି ସ୍କୁଲ ବନ୍ଦ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।

ଶୁକ୍ରବାର ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ଅନୁସାରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯିବା ନେଇ ନିଷ୍ପତ୍ତି କରିଛି ଅଭିଭାବକ ସଂଘ । ମୁଖ୍ୟମନ୍ତ୍ରୀ ଯାହା ନିଷ୍ପତ୍ତି ନେବେ ତାହା କାର୍ଯ୍ୟକାରୀ କରାଯିବ। ତେବେ କୌଣସି ଛାତ୍ରଛାତ୍ରୀ ଯେମିତି ଡ୍ରପ୍ ଆଉଟ୍ ନ ହୁଅନ୍ତି ତାକୁ ଆଖି ଆଗରେ ରଖି ବହୁ ଆଗରୁ ଏ ନିଷ୍ପତ୍ତି ନିଆଯାଇଛି । ଏ ସଂକ୍ରାନ୍ତରେ ବିବୃତି ରଖାଯାଇଛି । ସ୍କୁଲ ବନ୍ଦ କରି ପିଲାଙ୍କୁ ହଇରାଣ କରିବାର ଉଦ୍ଦେଶ୍ୟ ରାଜ୍ୟ ସରକାରଙ୍କର ନୁହେଁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।

   Related Posts