Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ ଖସୁନି କରୋନା ଗ୍ରାଫ୍, ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ସରିଲା ହାସ୍ୟ ଅଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ, ସୋସିଆଲ ମିଡିଆରେ ରିଙ୍ଗ୍ ସେରିମନି ଫଟୋ ଭାଇରାଲ
  • ||
  • ଗାଡି ପାର୍ଟସ ଦୋକାନରୁ ଲୁଟ୍, ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା
  • ||
  • ଅଜଗରକୁ ଗିଳିଲା ଅହିରାଜ, ସାତକୋଶିଆରେ ବିରଳ ଘଟଣା !
  • ||
  • ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଆରୋହୀ ମୃତ
  • ||
  • ଜାନୁଆରୀ ୨୦ରୁ ହଜିଯିବ ଶୀତ, ୨୩ରୁ ବର୍ଷା !
  • ||

ଆସନ୍ତା ୯ରେ ପୁଣି ଓଡିଶା ଗସ୍ତରେ ଆସିବେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି

5/04/2019 at 11:52 AM

ଭୁବନେଶ୍ବର ୫|୪ : ନିର୍ବ।ଚନ ପାଇଁ ଚାଲିଛି ପ୍ରଚାର । ଆସନ୍ତା ୯ରେ ପୁଣି ଓଡିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି । ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବା ପାଇଁ ବ୍ରହ୍ମପୁରରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାର ସୂଚନା ରହିଛି । ଦିଗପହଣ୍ଡିରେ ଅନୁଷ୍ଠିତ ସାଧାରଣ ସଭାରେ ଉଦବୋଧନ ଦେବେ ରାହୁଲ ଗାନ୍ଧି ।

ସେହିପରି ଆସନ୍ତାକାଲି ସୁନ୍ଦରଗଡ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୁନ୍ଦରଗଡ କିରେଇ ନିକଟରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ପ୍ରଚାର ଅଭିଯାନରେ ସୁବର୍ଣ୍ଣପୁର ସହରକୁ ଆସିବେ  । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ବିଜେପି ଶିବିରରେ ବେଶ ଉତ୍ସାହ ରହିଛି । ପ୍ରଧାନମନ୍ତ୍ରୀଙ୍କ ସହିତ ଦୁଇ ତିନି ଜଣ କେନ୍ଦ୍ର ମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି  । ସାଧାରଣ ସଭା ପାଇଁ ମଂଚ ପ୍ରସ୍ତୁତ ଚାଲିଥିବା ବେଳେ ଲକ୍ଷେରୁ ଅଧିକ ଜନସାଧାରଣଙ୍କ ବସିବା ପାଇଁ ବ୍ୟବସ୍ଥା କରାଯାଉଛି   ।

ସେହିପରି ଆସନ୍ତା ୭ ଓ ୯ ତାରିଖରେ ଶାହା ପୁଣି ଓଡିଶା ଆସିବେ । ୭ରେ ବରଗଡ ଓ ଗଞ୍ଜାମ ଜିଲ୍ଲାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗ ଦେବେ । ସେହିପରି ୯ ତାରିଖରେ ପୁରୀରେ ରୋଡ ସୋ କରିବେ । ଶାହା ଗତ ୧ରେ ଗଜପତିରେ ସଂକଳ୍ପ ସମାବେଶରେ ଯୋଗ ଦେଇଥିଲେ ।

   Related Posts