Scb tragedey: ସରକାରଙ୍କୁ ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ, ବଢିଲା ମୃତ୍ୟୁ ସଂଖ୍ୟା

NEWS7
congress-press-meet-at-balasore-over-rafel-corruption

କଟକ ୧୭/୦୩: କଟକ ବଡ଼ ମେଡିକାଲ ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାକୁ ଗୁରୁତ୍ବର ସହ ନେଇଛି ଜାତୀୟ ମାନବାଧିକାର କମିଶନ । ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କରିଛି । ୧୫ ଦିନ ମଧ୍ୟରେ ସବିଶେଷ ରିପୋର୍ଟ ଦେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିଆଁ ଲାଗିବା ସମ୍ପର୍କରେ ହ୍ୟୁମାନ ରାଇଟ୍ସ ଫ୍ରଣ୍ଟ ଇଣ୍ଡିଆର ଅଧ୍ୟକ୍ଷ ମନୋଜ ଜେନା କମିଶନଙ୍କ ନିକଟରେ ଅଭିଯୋଗ କରିଥିଲେ ।

କମିଶନର ସଦସ୍ୟ ଜଷ୍ଟିସ୍ ବି.ଆର. ଷଡ଼ଙ୍ଗୀ ମାମଲାର ଶୁଣାଣି କରି ମୁଖ୍ୟ ଶାସନ ସଚିବଙ୍କୁ ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।ଅଭିଯୋଗ ଅନୁଯାୟୀ, ଟ୍ରମା କେୟାର ସେଣ୍ଟରର ପ୍ରଥମ ମହଲାରେ ଥିବା ଆଇସିୟୁରେ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିଲା । ଏଥିରେ ୧୨ ରୋଗୀଙ୍କ ମୃତ୍ୟୁ ହେବା ସହ ୨୦ ରୁ ଅଧିକ ଗୁରୁତର ହୋଇଛନ୍ତି ।

also read...

SCB Fire Tragedy: ୬ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କଲେ ମୁଖ୍ୟମନ୍ତ୍ରୀ, ସିଏସ୍‌ଙ୍କୁ ଦେବେ ରିପୋର୍ଟ

ହସ୍ପିଟାଲ ପକ୍ଷରୁ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ଅଭାବ ଓ ଅବହେଳା ଯୋଗୁଁ ଏହି ଘଟଣା ଘଟିଥିବା ଅଭିଯୋଗ ହୋଇଛି । ଉଦ୍ଧାର କାର୍ଯ୍ୟ ସମୟରେ ସ୍ପ୍ରିଙ୍କଲର ସମୟରେ କାମ ନକରିବାରୁ ଅଗ୍ନି ନିର୍ବାପନ କାର୍ଯ୍ୟ ବିଳମ୍ବ ହୋଇଥିବା ମଧ୍ୟ ଅଭିଯୋଗ ହୋଇଛି । ଏହା ମାନବାଧିକାରର ଗୁରୁତର ଉଲ୍ଲଙ୍ଘନ ବୋଲି ଉଲ୍ଲେଖ କରି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ସହ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି ।