Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ
  • ||
  • ମେ’ ୧୩ରେ ପିପିଲି ଉପନିର୍ବାଚନ
  • ||
  • ଆଜି ରାତି ୮ରେ ପିଏମ୍‌ ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଉଦଳା : ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ମାମଲା, ଅଭିଯୁକ୍ତ ଫେରାର
  • ||
  • ଲମତାପୁଟ : ୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ
  • ||
  • ଉଦଳା : ବାଇକ୍‌କୁ ପିଟିଲା ଟ୍ରାକ୍ଟର, ଅଧ୍ୟାପକଙ୍କ ମୃତ୍ୟୁ, ଟ୍ରାକ୍ଟର ନେଇ ଡ୍ରାଇଭର ଫେରାର
  • ||
  • ଭୁବନେଶ୍ବର : ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚାଲାଣକାରୀ, ୧୨ କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା ସହ ବ୍ୟବସାୟୀ ଗିରଫ
  • ||
  • ଯାଜପୁର ରୋଡ୍ : ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କ ସହ ଥିଲା ପ୍ରେମ ସମ୍ପର୍କ
  • ||
  • ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ
  • ||
  • ନବରଙ୍ଗପୁର : ନାଇଟ୍ କର୍ଫ୍ୟୁ ବେଳେ ବୁଲାଇଲେ କଳାକନା, ରୂପା ଗହଣା ଲୁଟ୍, ସୁନା ଅଳଙ୍କାର ଚୋରି ବେଳେ ବାଜିଲା ସାଇରନ୍
  • ||

ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ: ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟର ଫାଡିଲେ କଂଗ୍ରେସ କର୍ମୀ

25/02/2021 at 5:07 PM

ଆଠଗଡ଼୨୫/୨: ଦିନକୁ ଦିନ ପେଟ୍ରୋଲ ଓ ଡିଜେଲ ଦର ହୁହୁ ହୋଇ ବଢ଼ି ଚାଲିଛି। ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖା ଦେଇଛି। ଲିଟର ପିଛା ଡିଜେଲ ଏବଂ ପେଟ୍ରୋଲ ଦର ୧୦୦ ଟଙ୍କା ଛୁଇଁବାକୁ ବସିଲାଣି। ଡିଜେଲ ଏବଂ ପେଟ୍ରୋଲ ଦର ବୃଦ୍ଧି ପ୍ରତିବାଦରେ କଟକ ଜିଲ୍ଲା ଆଠଗଡ ଯୁବ କଂଗ୍ରେସ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପେଟ୍ରୋଲ ପମ୍ପରେ ଲାଗିଥିବା ପ୍ରଧାନମନ୍ତ୍ରୀ ହୋଡିଂରେ କାଳୀ ମାରି ବିରୋଧ ପ୍ରଦର୍ଶନ କରିଛନ୍ତି।

ଖାଲି ସେତିକି ନୁହେଁ ହୋଡିଂଗୁଡିକୁ ଫାଡି ଦେଇଥିଲେ। ଯୁବ କଂଗ୍ରେସ ସଭାପତି ମନୋରଞ୍ଜନ ପଟ୍ଟନାୟକଙ୍କ  ନେତୃତ୍ବରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିର ପ୍ରଭାବ ମଧ୍ୟବିତ୍ତ ଓ ଗରିବ ଶ୍ରେଣୀର ଲୋକଙ୍କ ଉପରେ ପ୍ରଭାବ ପଡ଼ିଛି। ଆଗାମୀ ଦିନରେ ପେଟ୍ରୋଲ ଓ ଡିଜେଲ ଦର କମ୍ ନ ହେଲେ ଜୋରଦାରରେ  ବିକ୍ଷୋଭ ପ୍ରଦର୍ଶନ ହେବ ବୋଲି ଯୁବ କଂଗ୍ରେସ ଚେତାବନୀ ଦେଇଛି।

   Related Posts