Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ : ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ପାରାଦୀପ : ପଶ୍ଚିମବଙ୍ଗରେ ମହିଳାଙ୍କୁ ଦୁଷ୍କର୍ମ ପରେ କରିଥିଲା ହତ୍ୟା, ପାରାଦୀପରୁ ହେଲା ଗିରଫ
  • ||
  • ଜାଗର ପ୍ରସ୍ତୁତି : ବାବା ଆଖଣ୍ଡଳମଣିଙ୍କ ପୀଠରେ ଲାଗିଲା କଟକଣା, ମାର୍ଚ୍ଚ ୧୦ରୁ ୨ଦିନ ଯାଏଁ ୧୪୪ ଧାରା
  • ||
  • JEE ମେନ୍ ରେଜଲ୍ଟ ପ୍ରକାଶିତ
  • ||
  • ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ, ଭୁବନେଶ୍ଵରରେ ପ୍ରତିଷ୍ଠା କରିବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
  • ||
  • ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ
  • ||
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||

ପୋଲିସ ଓ କଂଗ୍ରେସ କର୍ମୀ ଧସ୍ତାଧସ୍ତି, ଦୁଇ ଦଫା ଦାବିରେ ରାଜଭବନ ଘେରାଉ କରିଥିଲା ଦଳ

15/01/2021 at 12:26 PM

ଭୁବନେଶ୍ବର ୧୫।୧: ଦୁଇ ଦଫା ଦାବି ନେଇ ରାଜଭବନ ଘେରାଉ କଲା ଓଡିଶା ପ୍ରଦେଶ କଂଗ୍ରେସ କମିଟି। ୩ଟି କୃଷି ଆଇନକୁ କଳା ଆଇନ କହିବା ସହ ଆଇନ ପ୍ରତ୍ୟାହାର କରିବାକୁ ଦାବି କରିଛି କଂଗ୍ରେସ । ଏହାଛଡା ପେଟ୍ରୋଲ-ଡିଜେଲ ଦର ବୃଦ୍ଧିକୁ ମଧ୍ୟ ପ୍ରତିବାଦ କରିଛି ଦଳ । ଏହି ଦୁଇ ଦଫା ଦାବି ନେଇ ରାଜ୍ୟପାଳଙ୍କୁ ଭେଟି ସ୍ମାରକ ପତ୍ର ପ୍ରଦାନ କରିଛି ।

ତେବେ ରାଜଭବନ ଘେରାଉ ବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇଛନ୍ତି କଂଗ୍ରେସ କର୍ମୀ । କୃଷି ଆଇନ ପ୍ରତ୍ୟାହାର ନହେଲା ଯାଏଁ ଆନ୍ଦୋଳନ ଜାରି ରଖିବାକୁ ଚେତାବନୀ ଦେଇଛନ୍ତି ପିସିସି ସଭାପତି । ପଞ୍ଜାବ ଓ ହରିୟାଣା ଭଳି ରାଜ୍ୟ ସରକାର ମଧ୍ୟ ଆନ୍ଦୋଳନକୁ ସମର୍ଥନ କରିବା ଉଚିତ୍ ବୋଲି କହିଛନ୍ତି ପିସିସି ସଭାପତି।

ରାଜଭବନ ଘେରାଓ କାର୍ଯ୍ୟକ୍ରମରେ କଂଗ୍ରେସର ଶତାଧିକ କର୍ଯ୍ୟକର୍ତ୍ତା, କର୍ମୀଙ୍କ ସମେତ ବହୁ ବରିଷ୍ଠ ନେତା, ବିଧାୟକ ଓ ସାଂସଦ ସପ୍ତଗିରି ଉଲ୍ଲକା ସାମିଲ।

   Related Posts