Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

କଟକ କମିଶନରେଟ୍ ପୋଲିସକୁ ଘାରିଲା କରୋନା ଭୟ, ଦୁଇ କର୍ମଚାରୀ କୋଭିଡ୍ ପଜିଟିଭ୍

6/08/2020 at 10:26 AM

କଟକ ୬।୮: ରାଜ୍ୟରେ ବଢି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ସେହିଭଳି କଟକରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । କମିଶନରେଟ୍ ପୋଲିସକୁ ଏବେ କରୋନା ଚିନ୍ତା ଘାରିଛି । କଟକ କମିଶନରେଟ୍ ପୋଲିସ ଅଧୀନରେ ୨ କର୍ମଚାରୀ କରୋନା ଚିହ୍ନଟ ହୋଇଛନ୍ତି । ପୁରୀଘାଟ ଥାନା କନଷ୍ଟେବଳ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ କନଷ୍ଟେବଳ କଣ୍ଟେନମେଣ୍ଟ ଜୋନରେ ଡ୍ୟୁଟି କରୁଥିଲେ । ଡ୍ୟୁଟି ସମୟରେ ପଜିଟିଭଙ୍କ ସଂସ୍ପର୍ଶରେ ଆସି କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି ।

ସେହିଭଳି ବାଦାମବାଡି ଥାନାର ଜଣେ କର୍ମଚାରୀ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି । ସଂକ୍ରମିତ ଚିହ୍ନଟ ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୪୩ ଜଣଙ୍କର ସ୍ବାବ୍‌ ଟେଷ୍ଟ ହେବ ବୋଲି ସୂଚନା ମିଳିଛି ।

ପୂର୍ବରୁ କଟକ ଏସସିବି ଫାଣ୍ଡିର ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିଲେ । ଆକ୍ରାନ୍ତ କର୍ମଚାରୀ  ଜଣଙ୍କ ଏବେ ସୁସ୍ଥ ହୋଇସାରିଛନ୍ତି ।

ସୂଚନାଯୋଗ୍ୟ ଯେ, କଟକ ସହରରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୨୫ରେ ପହଞ୍ଚିଥିବା ବେଳେ ୬୫୪ଟି ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୧୦ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ ୬୬୧ ଜଣ ସୁସ୍ଥ ହଇ ଘରକୁ ଫେରିଛନ୍ତି ।

   Related Posts